ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଦେହାନ୍ତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକାଶ କରିଛନ୍ତି । ଏହା ଏକ ଅପୂରଣୀୟ କ୍ଷତି ବୋଲି କହିଛନ୍ତି ରାଷ୍ଟ୍ରପତି । ରାଷ୍ଟ୍ରପତି ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ପୋଷ୍ଟ କରିଛନ୍ତି, “ମହାରାଷ୍ଟ୍ରର ବାରାମତିରେ ଏକ ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଶ୍ରୀ ଅଜିତ ପାୱାରଙ୍କ ସମେତ ଅନେକ ଲୋକଙ୍କ ମୃତ୍ୟୁ ଖବର ଅତ୍ୟନ୍ତ ଦୁଃଖଦ । ଅଜିତ ପାୱାରଙ୍କ ଅକାଳ ବିୟୋଗ ଏକ ଅପୂରଣୀୟ କ୍ଷତି। ମହାରାଷ୍ଟ୍ରର ବିକାଶରେ, ବିଶେଷକରି ସମବାୟ କ୍ଷେତ୍ରରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନ ପାଇଁ ତାଙ୍କୁ ସର୍ବଦା ମନେ ରଖାଯିବ । ତାଙ୍କ ପରିବାର, ସମର୍ଥକ ଏବଂ ପ୍ରଶଂସକମାନଙ୍କ ପ୍ରତି ମୁଁ ଗଭୀର ସମବେଦନା ଜଣାଉଛି। ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ସମସ୍ତ ଲୋକଙ୍କ ପରିବାରକୁ ମଧ୍ୟ ଭଗବାନ ଏହି କ୍ଷତି ସହିବା ପାଇଁ ଶକ୍ତି ଦିଅନ୍ତୁ”। ସେହିପରି ଅଜିତ ପାୱାରଙ୍କ ସହ ଥିବା ଏକ ଫଟୋ ସେୟାର କରି ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଅଜିତ ପାୱାରଙ୍କୁ ଲୋକଙ୍କ ନେତା କହି ଶ୍ରଦ୍ଧାଞ୍ଜଳି ଜଣାଇଲେ । ପ୍ରଧାନମନ୍ତ୍ରୀ କହିଛନ୍ତି, “ମହାରାଷ୍ଟ୍ରର ବାରାମତିରେ ଘଟିଥିବା ଦୁର୍ଭାଗ୍ୟପୂର୍ଣ୍ଣ ବିମାନ ଦୁର୍ଘଟଣାରେ ମୁଁ ଗଭୀର ଦୁଃଖିତ। ଏହି ଦୁର୍ଘଟଣାରେ ଯେଉଁମାନେ ସେମାନଙ୍କର ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୋର ସମବେଦନା। ଏହି ଦୁଃଖର ମୁହୂର୍ତ୍ତରେ ଶୋକସନ୍ତପ୍ତ ପରିବାରକୁ ଶକ୍ତି ଏବଂ ସାହସ ମିଳୁ ବୋଲି ମୁଁ ପ୍ରାର୍ଥନା କରୁଛି। ଅନ୍ୟପଟେ ଅଜିତ ପାୱାରଙ୍କ ବିୟୋଗକୁ ନେଇ ଶୋକ ପ୍ରକାଶ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସୋସିଆଲ ମିଡ଼ିଆ ଏକ୍ସରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଶୋକ ପ୍ରକାଶ କରି ଦେଖିଛନ୍ତି ପ୍ରଖର ରାଜନେତା ଓ ସମର୍ପିତ ଜନସେବକ ଥିଲେ ଅଜିତ ପାୱାର। ସୂଚନା ଯୋଗ୍ୟ; ଆଜି ସକାଳେ ଅଜିତ ପାୱାର ବାରାମତୀର ବିଭିନ୍ନ ସ୍ଥାନରେ ସାଧାରଣ ସଭା କରିବାର କାର୍ଯ୍ୟକ୍ରମ ଥିଲା। ଅଜିତ ପାୱାର ଆଜି ସକାଳେ ଏକ ସ୍ୱତନ୍ତ୍ର ବିମାନରେ ମୁମ୍ବାଇରୁ ବାରାମତୀ ଯାଇଥିଲେ। ଜିଲ୍ଲା ପରିଷଦ ନିର୍ବାଚନ ପାଇଁ ବାରାମତୀରେ ପ୍ରଚାର ସଭା ଆୟୋଜନ କରାଯାଇଥିଲା। କିନ୍ତୁ, ବାରାମତୀ ବିମାନବନ୍ଦରର ରନୱେରେ ବିମାନଟି ଅବତରଣ କରୁଥିବା ସମୟରେ ହଠାତ୍ ଯାନ୍ତ୍ରିକ ତ୍ରୁଟି ଦେଖାଦେଲା। ଏହା ଯୋଗୁଁ ପାଇଲଟ୍ ନିୟନ୍ତ୍ରଣ ହରାଇଲେ ଏବଂ ବିମାନଟି ଦୁର୍ଘଟଣାଗ୍ରସ୍ତ ହେଲା। ବିମାନରେ ଅଜିତ ପାୱାରଙ୍କ ସମେତ ତାଙ୍କ ସୁରକ୍ଷାକର୍ମୀ ଥିଲେ। ବିମାନରେ ଥିବା ୨ ଜଣ କ୍ରିଉ ସଦସ୍ୟ ଓ ୨ ସୁରକ୍ଷାକର୍ମୀଙ୍କ ସମେତ ମୋଟ ୫ ଜଣ ବିମାନରେ ଥିଲେ। ସମସ୍ତଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।। Post navigation Budget Session Begins: ଆଜିଠୁ ସଂସଦର ବଜେଟ୍ ଅଧିବେଶନ ଆରମ୍ଭ