ସଂସଦରେ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍‌ ଉପସ୍ଥାପନ ହୋଇଛି । ବଜେଟ୍‌ରେ ସ୍ବାସ୍ଥ୍ୟ କ୍ଷେତ୍ରକୁ ଏକ ଗୁରୁତ୍ବ ସୂଚନା ଦେଇଛନ୍ତି। କର୍କଟ ଏକ ଗମ୍ଭୀର ଏବଂ ଭୟାନକ ରୋଗ । ଏହି ରୋଗକୁ ନେଇ ଲୋକଙ୍କ ମଧ୍ୟରେ ବହୁତ ଭୟ ରହିଥିବା ବେଳେ ଦିନକୁ ଦିନ ରୋଗୀଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି । ଏଥିପାଇଁ ସବୁ ଜିଲ୍ଲା ହସ୍ପିଟାଲ୍‌ରେ କ୍ୟାନ୍ସର ଚିକିତ୍ସା କେନ୍ଦ୍ର ରହିବ। ଆବଶ୍ୟକ ଡାକ୍ତର ରହିବେ । ଆସନ୍ତା ୩ ବର୍ଷରେ ଲକ୍ଷ୍ୟ ପୂରଣ କରାଯିବ ଏହା ସହ କ୍ୟାନ୍ସର ଔଷଧ ଶସ୍ତା କରାଯିବ ବୋଲି ସେ କହିଛନ୍ତି।

ମେଡିକାଲ ଶିକ୍ଷାକୁ ଅଧିକ ଗୁରୁତ୍ବ ଦିଆଯିବ। ୧୦ ବର୍ଷରେ ମେଡିକାଲ ସିଟ୍ ୧.୧ ଲକ୍ଷ ବୃଦ୍ଧି ଘଟିଛି । ଆସନ୍ତା ବର୍ଷ ଆଉ ୧୦ ହଜାର ମେଡିକାଲ ସିଟ୍‌ ବୃଦ୍ଧି କରାଯିବ । ଆସନ୍ତା ୫ ବର୍ଷ ମଧ୍ୟରେ ୭୫ ହଜାର ମେଡିକାଲ ସିଟ୍‌ ବୃଦ୍ଧି ଲକ୍ଷ୍ୟ ରଖାଯାଇଛି ବୋଲି ସେ କହିଛନ୍ତି।

Leave a Reply

Your email address will not be published. Required fields are marked *