New Low Pressure Area Likely to Form Over Bay of Bengal
ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି କଟକ ଜିଲ୍ଲାପାଳ ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟର ଛୁଟି ଆଜି ବାତିଲ କରିଛନ୍ତି ।
 
କଟକ ସହରରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ଆଶଙ୍କା ରହିଥିବାରୁ ଜରୁରୀକାଳୀନ ପରିସ୍ଥିତିର ମୁକାବିଲା ପାଇଁ ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟ ଖୋଲା ରହିବ ।
 
ଜିଲ୍ଲାର ସମସ୍ତ ଅଧିକାରୀ ଓ କର୍ମଚାରୀ ମୁଖ୍ୟାଳୟରେ ଉପସ୍ଥିତ ରହିବେ । ଏହି ନିର୍ଦ୍ଦେଶ ନ ମାନିଲେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୁହାଯାଇଛି ।

By Nirvay

Leave a Reply

Your email address will not be published. Required fields are marked *