ସପ୍ତଦଶ ଓଡ଼ିଶା ବିଧାନସଭାର ଅଷ୍ଟମ ତଥା ଶୀତକାଳୀନ ଅଧିବେଶନ ଆସନ୍ତାକାଲି ଅର୍ଥାତ୍ ନଭେମ୍ବର ୧୮ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ତେବେ ଗୃହ କାର୍ଯ୍ୟକୁ ଶୃଙ୍ଖଳିତ ଓ ସୁରୁଖୁରୁରେ ଚଳାଇବା ପାଇଁ ଆଜି ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ପୂର୍ବାହ୍ନ ୧୧ଟାରେ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ।

ଆସନ୍ତା ଶୀତ ଅଧିବେଶନକୁ ସୁରୁଖୁରୁ ଭାବେ ଚଳାଇବା ନେଇ ଏହି ବୈଠକରେ ବିସ୍ତୃତ ଆଲୋଚନା କରାଯିବ। ଗୃହରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ କିପରି ଶାନ୍ତିପୂର୍ଣ୍ଣ ଓ ସକାରାତ୍ମକ ଭାବେ ବିତର୍କ ହୋଇପାରିବ, ସେନେଇ ସମସ୍ତ ଦଳର ସହଯୋଗ ଲୋଡ଼ାଯିବ।

ଏହି ସର୍ବଦଳୀୟ ବୈଠକରେ ଶାସକ ବିଜେପି ସମେତ ପ୍ରମୁଖ ବିରୋଧୀ ଦଳ ବିଜେଡି ଏବଂ କଂଗ୍ରେସର ବରିଷ୍ଠ ନେତାମାନେ ଯୋଗଦେବେ। ଅଧିବେଶନ କାଳରେ ଜନସ୍ୱାର୍ଥ ସମ୍ବଳିତ ପ୍ରସଙ୍ଗକୁ ନେଇ ବିରୋଧୀ ଦଳଗୁଡ଼ିକ ସରକାରଙ୍କୁ ଘେରିବାକୁ ପ୍ରସ୍ତୁତି ଚଳାଇଥିବା ବେଳେ, ଶାସକ ଦଳ ମଧ୍ୟ ଗୃହ କାର୍ଯ୍ୟକୁ ଅବିରତ ଚଳାଇବା ପାଇଁ ରଣନୀତି ପ୍ରସ୍ତୁତ କରୁଛି।

ଅନ୍ୟପଟେ ଅଧିବେଶନକୁ ଦୃଷ୍ଟିରେ ରଖି କମିଶନରେଟ୍ ପୋଲିସ ପକ୍ଷରୁ ବିଧାନସଭା ଏବଂ ଗାନ୍ଧୀ ମାର୍ଗ ଅଞ୍ଚଳରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବା ସହ ଟ୍ରାଫିକ୍ କଟକଣା ଜାରି କରାଯାଇଛି।

Leave a Reply

Your email address will not be published. Required fields are marked *