ଆସନ୍ତାକାଲି ସାରା ରାଜ୍ୟରେ ପେଟ୍ରୋଲ ପମ୍ପ ବନ୍ଦ ରହିବ । କଂଗ୍ରେସର ଓଡ଼ିଶା ବନ୍ଦ ପାଳନକୁ ନଜରରେ ରଖି ନିଷ୍ପତ୍ତି । ଏ ନେଇ ସୂଚନା ଦେଇଛନ୍ତି ପେଟ୍ରୋଲ ଡିଲର ଆସୋସିଏସନ ସଭାପତି ଶଶାଙ୍କ ଶେଖର ସାହୁ । ସେ କହିଛନ୍ତି ସୁରକ୍ଷା ଦୃଷ୍ଟିରୁ ସକାଳ ୬ରୁ ସଂଧ୍ୟା ୬ଟା ଯାଏଁ ବନ୍ଦ ରହିବ ପେଟ୍ରୋଲ ପମ୍ପ । ସରକାର ସୁରକ୍ଷା ଦେବା ପରେ ପେଟ୍ରୋଲ ପମ୍ପ ଖୋଲିବ । ୩ ଡିପୋ ସହ ରାଜ୍ୟର ୩ ହଜାରରୁ ଅଧିକ ପେଟ୍ରୋଲ ପମ୍ପ ବନ୍ଦ ରହିବ । ଏହା ସହ ବନ୍ଦ ଯୋଗୁ ୧୦୦ କୋଟିରୁ ଅଧିକ କ୍ଷତି ହେବ ବୋଲି ଅନୁମାନ କରିଛି ଆସୋସିଏସନ। ସୂଚନା ଯୋଗ୍ୟ; ଫକୀର ମୋହନ ମହାବିଦ୍ୟାଳୟର ଛାତ୍ରୀଙ୍କ ମୃତ୍ୟୁ ପରେ ରାଜ୍ୟ ରାଜନୀତି ଜୋର୍ ଧରିଛି । ଛାତ୍ରୀଙ୍କୁ ନ୍ୟାୟ ଦେବା ପାଇଁ ଓଡ଼ିଶା କଂଗ୍ରେସ ୧୭ ଜୁଲାଇ ୨୦୨୫ ରାଜ୍ୟବ୍ୟାପୀ ବନ୍ଦ ଡାକରା ଦେଇଛି। ୮ଟି ରାଜନୈତିକ ଦଳ ସହିତ ଆସନ୍ତା ୧୭ ତାରିଖରେ ଓଡିଶା ବନ୍ଦ ଡାକରା ଦେଇଛି କଂଗ୍ରେସ। Post navigation ୧୭ ଜୁଲାଇ ଓଡ଼ିଶା ବନ୍ଦକୁ ସଫଳ କରିବା ପାଇଁ ଆହ୍ୱାନ