ମାର୍ଚ୍ଚ ୫ରେ ଛୁଟି ନ ହୋଇ ଖୋଲା ରହିବ ସମସ୍ତ ସ୍କୁଲ । ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲ ଖୋଲା ରହିବ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି । ସମସ୍ତ ଜିଲା ଶିକ୍ଷାଧିକାରୀଙ୍କୁ ଏନେଇ ବିଭାଗ ପକ୍ଷରୁ ଚିଠି କରାଯାଇଛି । ପଞ୍ଚାୟତିରାଜ ଦିବସ ମାର୍ଚ୍ଚ ୫ ବଦଳରେ ଏପ୍ରିଲ ୨୪ରେ ପାଳନ କରାଯିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିବାରୁ ଆସନ୍ତାକାଲି ଏହି ଛୁଟିକୁ ବାତିଲ କରାଯାଇଥିବା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି । ସୂଚନାଯୋଗ୍ୟ, ସୋମବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମାର୍ଚ୍ଚ ୫ରେ ପଞ୍ଚାୟତିରାଜ ଦିବସ ପାଳନ ନ ହୋଇ ଏପ୍ରିଲ ୨୪ରେ ହେବ ପାଳନ ହେବ ବୋଲି ବିଜ୍ଞପ୍ତି ପ୍ରକାଶ ପାଇଥିଲା। ପଞ୍ଚାୟତିରାଜ ଦିବସ ଧୁମଧାମରେ ପାଳିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ମାର୍ଚ୍ଚ ୫ରେ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳନ ହେବ। କିନ୍ତୁ ଏହି ଦିବସକୁ ସରକାରୀ ଛୁଟି ଭାବେ ପାଳନ କରାଯିବ ନାହିଁ ବୋଲି ସୂଚନା ମିଳିଛି। Post navigation ବିଜୁ ପଟ୍ଟନାୟକ ଜୟନ୍ତୀ ଉତ୍ସବରେ ଯୋଗ ଦେବାକୁ ନବୀନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣ ଚାମ୍ପିଅନ୍ସ ଟ୍ରଫି ସେମିଫାଇନାଲ: ଭାରତ ଆଗରେ ରହିଲା ୨୬୫ ରନ୍ ର ଟାର୍ଗେଟ