ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ୱର ୧୭ ତାରିଖରେ ଭୁବନେଶ୍ୱର ଠାରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରୁଛନ୍ତି। ଏଥିପାଇଁ ଭୁବନେଶ୍ୱରରେ ବିପୁଳ ଜନ ସମାଗମ ହେବ। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରର ସମସ୍ତ ସ୍କୁଲ କଲେଜ ଗୁଡିକ ସେଦିନ ସମ୍ପୂର୍ଣ୍ଣ ଛୁଟି ହେବା ସହିତ ସରକାରୀ କାର୍ଯ୍ୟାଳୟ ଗୁଡିକର ପ୍ରଥମାର୍ଦ୍ଧ ଛୁଟି ରହିବ ବୋଲି ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି ।

ସୂଚନା ମୁତାବକ; ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୧୭ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ। ସୂଚନା ଅନୁଯାୟୀ ସକାଳ ୧୧ଟା ୨୫ ମିନିଟ୍ ସମୟରେ ସେ ଭୁବନେଶ୍ବର ବିମାନବନ୍ଦରରେ ଅବତରଣ କରିବେ। ଏଠାରୁ କଡ଼ା ସୁରକ୍ଷା ମଧ୍ୟରେ ଜନତା ମଇଦାନକୁ ଯିବେ। ସେଠାରେ ବିଭିନ୍ନ କଲ୍ୟାଣକାରୀ ଯୋଜନାର ଶୁଭାରମ୍ଭ କରିବେ। ସେହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୨ଟାରୁ ୧ଟା ଯାଏ ଉପସ୍ଥିତ ରହିବେ। ଅପରାହ୍ଣ ୩ଟା ୨୫ ମିନିଟ ସମୟରେ ନୂଆଦିଲ୍ଲୀ ଫେରିଯିବେ ବୋଲି ଜଣାଯାଇଛି।

 

Leave a Reply

Your email address will not be published. Required fields are marked *