ସୁଭଦ୍ରା ଯୋଜନାରେ ଓଡ଼ିଶାର ସବୁ ମହିଳାଙ୍କୁ ମିଳିବ ୫୦ ହଜାର ଟଙ୍କାର କ୍ୟାସ୍ ଭାଉଚର୍। ଏନେଇ ଉପ ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ସେ କହିଛନ୍ତି, କ୍ୟାବିନେଟ୍ ମୋହର ବାଜିବା ପରେ ସୁଭଦ୍ରା ଯୋଜନା ଡ୍ରାଫ୍ଟିଂ ଷ୍ଟେଜରେ ଅଛି। ଆସନ୍ତା ୧୦୦ ଦିନ ଭିତରେ ସୁଭଦ୍ରା ଯୋଜନା ଲଞ୍ଚ ହେବ।

ତେବେ ନିଷ୍ପତ୍ତି ଅନୁଯାୟୀ ରାଜ୍ୟର ସମସ୍ତ ମହିଳାଙ୍କୁ ମିଳିବ ଏହି ଯୋଜନାର ଲାଭ । ରାଜ୍ୟର ସବୁ ମହିଳାଙ୍କୁ ସୁଭଦ୍ରା ସ୍କିମର ଟଙ୍କା ମିଳିବ ବୋଲି ସେ ସୂଚନା ଦେଇଛନ୍ତି। ମହିଳା ଓ ଶିଶୁ ବିଭାଗ ସମ୍ପୂର୍ଣ୍ଣ ଭାବେ ଏହି ସ୍କିମକୁ ମହିଳାମାନଙ୍କ ପାଖରେ ପହଞ୍ଚାଇବା ପାଇଁ ପ୍ରସ୍ତୁତ ରହିଛି। ଆଉ ସ୍କିମ ପାଇଁ ଯେଉଁ ବଜେଟର ଆବଶ୍ୟକତା ରହିଛି, ସେ ନେଇ କେନ୍ଦ୍ର ସରକାରଙ୍କୁ ଅବଗତ କରାଯାଇଛି ବୋଲି ଶ୍ରୀମତୀ ପରିଡା ସୂଚନା ଦେଇଛନ୍ତି।

Leave a Reply

Your email address will not be published. Required fields are marked *