ରାଜ୍ୟରେ ଚଳିତ ବର୍ଷର ପ୍ରଥମ କୋଭିଡ୍‌ ମୃତ୍ୟୁ ଅଭିଯୋଗ । ଭୁବନେଶ୍ବରରେ ଜଣେ କୋଭିଡ୍‌ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । କିଛି ଦିନ ତଳେ କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହୋଇଥିଲେ ଏହା ସହ ସେ ବହୁବିଧ ରୋଗରେ ଆକ୍ରାନ୍ତ ଥିଲେ ମୃତକ । ମୃତକ ଜଣେ ବୟସ୍କ, ଘରେ ରହି ଚିକିତ୍ସିତ ହେଉଥିଲେ । କିନ୍ତୁ କୋଭିଡ୍‌ ପାଇଁ ତାଙ୍କର ମୃତ୍ୟ ହୋଇଛି ନା ଅଲଗା କିଛି ତାହା ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସ୍ପଷ୍ଟ କରା ଯାଇ ନାହିଁ ।

ସୂଚନା ଯୋଗ୍ୟ; ରାଜ୍ୟରେ କୋଭିଡ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୭ ରେ ପହଞ୍ଚିଥିବାବେଳେ ରାଜ୍ୟରେ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ଆସିଛି । ବୃଦ୍ଧ ଜଣଙ୍କର ଗତକିଛି ଦିନ ପୂର୍ବରୁ କୋଭିଡ୍‌ ପଜିଟିଭ ଚିହ୍ନଟ ହୋଇଥିଲା । ଏହା ପରେ ସେ ଘରେ ରହି ଚିକିତ୍ସିତ ହେଉଥିଲେ। ସେ ପୂର୍ବରୁ ବିଭିନ୍ନ ରୋଗରେ ଆକ୍ରାନ୍ତ ଥିଲେ। ଆଉ ଚିକିତ୍ସିତ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ମୃତ୍ୟୁର କାରଣ ସ୍ପଷ୍ଟ ହୋଇନାହିଁ ।

Leave a Reply

Your email address will not be published. Required fields are marked *