ଆଜି ରାଜ୍ୟରେ ମନ୍ତ୍ରୀମାନଙ୍କୁ ବଣ୍ଟନ କରାଯାଇଛି ନିଜ ନିଜ ବିଭାଗର ଦାୟିତ୍ଵ। ଗତ ୧୨ ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝୀ ଓ ୨ ଜଣ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ାଙ୍କ ସହ ୧୩ ଜଣ ମନ୍ତ୍ରୀ ଶପଥ ନେଇଥିଲେ । ମନ୍ତ୍ରୀ ଭାବେ ଶପଥ ନେଇଥିବା ୧୬ଜଣଙ୍କୁ ଆଜି ବିଭାଗ ବଣ୍ଟନ କରାଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ନିଜ ପାଖରେ ଗୃହ, ଅର୍ଥ, ସାଧାରଣ ପ୍ରଶାସନ, ସୂଚନା ଓ ଲୋକ ସମ୍ପର୍କ ବିଭାଗ ରଖିଛନ୍ତି। ସେହିପରି ଜଳ ସମ୍ପଦ, ଯୋଜନା ଓ ସଂଯୋଜନ ବିଭାଗ ମଧ୍ୟ ନିଜ ପାଖରେ ରଖିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି – ଗୃହ, ଅର୍ଥ, ସାଧାରଣ ପ୍ରଶାସନ ଓ ଲୋକ ଅଭିଯୋଗ, ସୂଚନା ଓ ଲୋକ ସମ୍ପର୍କ ବିଭାଗ, ଜଳ ସମ୍ପଦ, ଯୋଜନା ଓ ସମନ୍ୱୟ ଉପମୁଖ୍ୟମନ୍ତ୍ରୀ ୧) କନକ ବର୍ଦ୍ଧନ ସିଂହ ଦେଓ – କୃଷି ଓ କୃଷକ ଶସକ୍ତକରଣ ଏବଂ ଶକ୍ତି ୨) ପ୍ରଭାତୀ ପରିଡ଼ା – ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଓ ପର୍ଯ୍ୟଟନ କ୍ୟାବିନେଟ୍ ମନ୍ତ୍ରୀ ୧) ସୁରେଶ ପୂଜାରୀ – ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ୨) ରବି ନାରାୟଣ ନାୟକ – ଗ୍ରାମ ଉନ୍ନୟନ. ପଞ୍ଚାୟତରାଜ ଓ ପାନୀୟଜଳ ୩) ନିତ୍ୟାନନ୍ଦ ଗଣ୍ଡ – ସ୍କୁଲ୍ ଗଣଶିକ୍ଷା, ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ଏବଂ ପଛୁଆବର୍ଗ କଲ୍ୟାଣ, ସାମାଜିକ କଲ୍ୟାଣ ଓ ଶସକ୍ତକରଣ ୪) କୃଷ୍ଣଚନ୍ଦ୍ର ପାତ୍ର – ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ବୈଷୟିକ ୫) ପୃଥ୍ୱୀରାଜ ହରିଚନ୍ଦନ – ଆଇନ୍, ପୁତ୍ତ ଓ ଅବକାରୀ ୬) ଡ. ମୁକେଶ ମହାଲିଙ୍ଗ – ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ବୈଦ୍ୟୁତିକ ଓ ସୂଚନା ବୈଷୟିକ ୭) ବିଭୂତି ଭୂଷଣ ଜେନା – ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି ୮) ଡ. କୃଷ୍ଣ ଚନ୍ଦ୍ର ମହାପାତ୍ର – ଗୃହ ଓ ନଗର ଉନ୍ନୟନ, ସାଧାରଣ ଅଭିଯୋଗ ରାଷ୍ଟ୍ରମନ୍ତ୍ରୀ ସ୍ୱାଧୀନ ୧) ଗଣେଶ ରାମ ସିଂ ଖୁଣ୍ଟିଆ – ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରମ ଓ ନିଯୁକ୍ତି ରାଜ୍ୟ ବୀମା ୨) ସୂର୍ଯ୍ୟବଂଶୀ ସୂରଜ – ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବ ବ୍ୟାପାର, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ୩) ପ୍ରଦୀପ ବଳସମାନ୍ତ – ସମବାୟ, ହସ୍ତତନ୍ତ୍ର, ବୟନଶିଳ୍ପ ଓ ହସ୍ତଶିଳ୍ପ ୪) ଗୋକୁଳାନନ୍ଦ ମଲ୍ଲିକ – ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ, ଅତିକ୍ଷୁଦ୍ର ଓ କ୍ଷୁଦ୍ୟ ଓ ମଧ୍ୟମ ଉଦ୍ଦ୍ୟୋଗ ୫) ସମ୍ପଦ ସ୍ୱାଇଁ – ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା Post navigation କାଳ ହେଲା ସେଲ୍ଫି ନେବା: ପାଣିରେ ବୁଡ଼ି ୨ ଭାଇ ମୃତ ଆରପାରିରେ ପୂର୍ବତନ ରାଜ୍ୟପାଳ