ବିଜେପି ଫୋକସରେ ଏବେ ଓଡ଼ିଶା ରହିଥିବା ବେଳେ ଜଣକ ପରେ ଜଣେ ବିଜେପିର ହେବିୱେଟ କେନ୍ଦ୍ରୀୟ ନେତା ଓଡ଼ିଶା ଗସ୍ତରେ ଆସି ହାଇଭୋଲଟେଜ୍ ପ୍ରଚାର କରୁଛନ୍ତି । ଆଜି ପୁଣି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ଆଜି ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା। ସମ୍ବଲପୁର, କେନ୍ଦୁଝର , ପରଜଙ୍ଗ ଓ ନୟାଗଡରେ ମାରାଥନ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି। ସେଠାରେ ଶାହା ଜନସଭାରୁ ସମ୍ବୋଧନ କରି ବିଜେପି ପ୍ରାର୍ଥୀଙ୍କ ପାଇଁ ଭୋଟ୍ ମାଗିବେ ।

ଅମିତ ଶାହା ଗତକକାଲି ରାତିରେ ଓଡ଼ିଶା ପହଞ୍ଚିଥିବା ବେଳେ ଆଜି ଦିନ ସାଢେ ୧୧ଟାରେ ସେ ସମ୍ବଲପୁର ଯିବେ। ସେଠାରେ ରେମେଡ ଗ୍ରାଉଣ୍ଡରେ ଆୟୋଜିତ ବିରାଟ ଜନସଭାକୁ ସମ୍ବୋଧନ କରିବେ। ସମ୍ବଲପୁର ସଭାରେ ରାଜ୍ୟ ସଭାପତି ମନମୋହନ ସାମଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ସାଂସଦ ପ୍ରତାପ ଷଡ଼ଙ୍ଗୀ, ଅପରାଜିତା ଷଡ଼ଙ୍ଗୀ ଓ ସମ୍ବଲପୁର ବିଧାୟକ ପ୍ରାର୍ଥୀ ଜୟନାରାୟଣ ମିଶ୍ର ଉପସ୍ଥିତ ରହିବେ।

ସମ୍ବଲପୁର ସଭା ପରେ କେନ୍ଦୁଝର ଯିବେ ଶାହା । ସେଠାରେ ମେଡିକାଲ ଗ୍ରାଉଣ୍ଡରେ ଆୟୋଜିତ ବିରାଟ ଜନସଭା କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ସେଠାରୁ ଢେଙ୍କାନାଳର ପରଜଙ୍ଗ ପରେ ନୟାଗଡ଼ ଯିବେ ଗୃହମନ୍ତ୍ରୀ ଅମିତ ଶାହ। ସେଠାରେ ଲୋକଙ୍କୁ ସମ୍ବୋଧନ କରିବା ସହ ନିଜ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ।

Leave a Reply

Your email address will not be published. Required fields are marked *