ଭୁବନେଶ୍ୱର : ଓଡିଶା ଆସିବେ ଅମିତ ଶାହ । ଆସନ୍ତା ୧୨ ତାରିଖରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓଡିଶା ଆସିବାର କାର୍ଯ୍ୟକ୍ରମ ରହିଛି । ଏହି ଗସ୍ତ ଅବସରରେ ଦଳୀୟ ନେତାଙ୍କ ସହ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହେବାର ସୂଚନା ମଧ୍ୟ ମିଳିଛି ।

ଅମିତ ଶାହ ନବୀନ ପଟ୍ଟନାୟକଙ୍କୁ ଭେଟି ପାରନ୍ତି ଓ ମେଣ୍ଟ ଘୋଷଣା ମଧ୍ୟ ସେହିଦିନ ହୋଇପାରେ ବୋଲି ଖବର ଆସୁଛି ।

ଦେଶରେ ସାଧାରଣ ନିର୍ବାଚନ ହେବାକୁ ଥିବା ବେଳେ ଓଡିଶା ସମେତ କିଛି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି । ଏହିକ୍ରମରେ ଏବେ ବିଜେପି କେନ୍ଦ୍ରୀୟ ନେତୃବନ୍ଦ ଓଡିଶା ଆସିବାର କାର୍ଯ୍ୟକ୍ରମ ରହିଛି ।

କିଛି ଦିନ ତଳେ ରାଜ୍ୟ ବିଜେପି ପ୍ରଭାରୀ ଓଡିଶା ଆସିଥିଲେ । ଏପିରିକି ବୁଧବାର ଦିନ ଓଡିଶାର ବିଜେପି ନେତାଙ୍କୁ ଦିଲ୍ଲୀ ଡାକରା ହୋଇଥିଲା । ସେଠାରେ କେନ୍ଦ୍ରୀୟ ନେତୃବୃନ୍ଦ ଏବଂ ରାଜ୍ୟ ବିଜେପି ନେତାଙ୍କ ସହ ଆଗାମୀ ନିର୍ବାଚନ ନେଇ ଆଲୋଚନା ହୋଇଥିଲା।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *