ସାରା ରାଜ୍ୟରେ ଚଳିତ ବର୍ଷ ମାଟ୍ରିକ ଚାଲିଥିବା ବେଳେ ପ୍ରସବ କଲେ ଆଉ ଜଣେ ମାଟ୍ରିକ ପରୀକ୍ଷାର୍ଥୀ । ଯାଜପୁର ବରୀ ବ୍ଲକ ଅଞ୍ଚଳରେ କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି ଦଶମ ଶ୍ରେଣୀ ଛାତ୍ରୀ। ଉଭୟ ନାବାଳିକା ଓ ଶିଶୁକନ୍ୟା ଯାଜପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ସୂଚନା ଯୋଗ୍ୟ; ଗତକାଲି ଯାଜପୁର ଜିଲ୍ଲା ବରୀ ଅଞ୍ଚଳର ଜଣେ ଦଶମ ଶ୍ରେଣୀରେ ପଢ଼ୁଥିବା ଛାତ୍ରୀଙ୍କୁ ରାମଚନ୍ଦ୍ରପୁର ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା । ଉକ୍ତ ନାବାଳିକାଟି ଏକ ଶିଶୁ କନ୍ୟାକୁ ଜନ୍ମ ଦେଇଥିଲେ । ଏହା ପରେ ଉଭୟଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ଅନ୍ୟପକ୍ଷରେ ଏ ନେଇ ପରିବାର ପକ୍ଷରୁ ବରୀ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ଏହା ସହିତ ଜିଲ୍ଲା ଶିଶୁ ମଙ୍ଗଳ ଅଧିକାରୀଙ୍କ ନିକଟରେ ଅଭିଯୋଗ ହୋଇଛି । ଅଭିଯୋଗ ପରେ ପୋଲିସ ତଦନ୍ତ ଆରମ୍ଭ କରିଛି । Post navigation ମାଲକାନଗିରିରେ ଦଶମ ଶ୍ରେଣୀ ଛାତ୍ରୀ ମା ହେବା ଘଟଣା: ଅଭିଯୁକ୍ତ ଗିରଫ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆଜି ଆସୁଛନ୍ତି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡା