୨୪ ଘଣ୍ଟା ଭିତରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଥିବା ବେଳେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା। ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର ଓଡିଶା ନିକଟ ସମୁଦ୍ରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ବେଳେ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ଏହା ପ୍ରଭାବରେ ଆଗାମୀ ୫ରୁ ୭ ଦିନ ଯାଏଁ ବର୍ଷା ଲାଗି ରହିବ । କିନ୍ତୁ ଆଗାମୀ ୨୪ ଘଣ୍ଟା ପାଇଁ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବା ସହ କାଁ ଭାଁ ଜାଗାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଜାରି ରହିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ଲଘୁଚାପ ପ୍ରଭାବରେ ଆସନ୍ତା କାଲି ସକାଳ ପର୍ଯ୍ୟନ୍ତ ପ୍ରବଳ ରୁ ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଅରେଞ୍ଜ ଆଲର୍ଟ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ଦେବଗଡ଼, କୋରାପୁଟ ଓ ନବରଙ୍ଗପୁର କୁ ସତର୍କତା ଜାରି କରାଯାଇଛି। ସେହିପରି ପ୍ରବଳ ବର୍ଷା ନେଇ ୧୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।

ସେହିପରି ପାଣିପାଗ କେନ୍ଦ୍ରର ସୂଚନାକୁ ଆଧାର କରି ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ଏସ୍‌‌ଆରସି ସତର୍କ କରାଇଛନ୍ତି। ବିଶେଷକରି ଆଲର୍ଟ ଜାରି ହୋଇଥିବା ଜିଲ୍ଲାର ଜିଲ୍ଲାପାଳମାନେ ସବୁପ୍ରକାର ସ୍ଥିତିର ମୁକାବିଲା କରିବା ପାଇଁ ପ୍ରସ୍ତୁତ ରହିବାକୁ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି।

Leave a Reply

Your email address will not be published. Required fields are marked *