ବଙ୍ଗୋପସାଗର ସୃଷ୍ଟି ହେଲା ଆଉ ଏକ ଲଘୁଚାପ କ୍ଷେତ୍ର । ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଘନୀଭୂତ ହେବ । ୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଥିବା ସୂଚନା ଦେଲା ପାଣିପାଗ ବିଭାଗ। ଏହାର ପ୍ରଭାବରେ ରାଜ୍ୟରେ ୭ ଦିନ ଧରି ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଆସନ୍ତା ୨୭ ଓ ୨୮ରେ ରାଜ୍ୟରେ ବର୍ଷା ବଢ଼ିବା ସମ୍ଭାବନା ଅଛି । ଏଥିପାଇଁ ୧୨ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି ।

ଶୁକ୍ରବାର ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଓ ନୟାଗଡ ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି ହୋଇଛି । ଅପରପକ୍ଷେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Leave a Reply

Your email address will not be published. Required fields are marked *