ଆସନ୍ତା ୨୦ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ୨୨ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। କ୍ରମେ ଲଘୁଚାପ କ୍ଷେତ୍ରଟି ଉତ୍ତର ପଶ୍ଚିମ ଦିଗକୁ ଗତି କରିବ । ୨୪ ତାରିଖ ସୁଦ୍ଧା ଲଘୁଚାପଟି ଅବପାତରେ ପରିଣତ ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଲଘୁଚାପ ପ୍ରଭାବରେ ଓଡିଶାରେ ବର୍ଷା ହେବାର ସମ୍ଭାବନା ରହିଛି । ଓଡ଼ିଶାରେ ୨୩ ଓ ୨୪ ତାରିଖରେ ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ହେବ ।  ଲଘୁଚାପ ଘନୀଭୂତ ହୋଇ ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସମ୍ଭାବନା ରହିଛି ।

ଅନ୍ୟପଟେ ପାଣିପାଗ ବିଭାଗ ଅନୁଯାୟୀ, ପରବର୍ତ୍ତୀ ସମୟରେ ଲଘୁଚାପ ଉତ୍ତର ପଶ୍ଚିମ ଦିଗରେ ଗତି କରି ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ଲଘୁଚାପ ସୃଷ୍ଟି ହେବା ପାଇଁ ଅଧିକ ଦିନ ବାକି ଅଛି ତେଣୁ ଏହା ବାତ୍ୟାର ରୂପ ନେବ କି ନାହିଁ ଏହାର ସ୍ପଷ୍ଟ ଚିତ୍ର ୨୧ ତାରିଖ ସୁଦ୍ଧା ଜଣାପଡ଼ିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇ ଯାଇଛି।

 

Leave a Reply

Your email address will not be published. Required fields are marked *