ଆସନ୍ତା ସପ୍ତାହରେ ଦକ୍ଷିଣ ଓଡ଼ିଶା ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳସ୍ଥ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏ ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଭାରତୀୟ ପାଣିପାଗ ବିଭାଗ ଅନୁଯାୟୀ, ସେପ୍ଟେମ୍ବର ୯ ତାରିଖ ବେଳକୁ ପଶ୍ଚିମ-କେନ୍ଦ୍ରୀୟ ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ସେପ୍ଟେମ୍ବର ୧୧ ତାରିଖ ବେଳକୁ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏହା ଫଳରେ ଓଡ଼ିଶାର ବିଭିନ୍ନ ଭାଗରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ରାଜ୍ୟରେ ଆଗାମୀ ସପ୍ତାହକ ପର୍ଯ୍ୟନ୍ତ ବିଜୁଳି, ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଜାରି ରହିବ। ତେବେ ସେପ୍ଟେମ୍ବର ୯ ତାରିଖ ଠାରୁ ବର୍ଷାର ପରିମାଣ ଓ ତୀବ୍ରତା ବୃଦ୍ଧି ପାଇବ। ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। Post navigation Odisha Yatri Safety App: ନାଗରିକଙ୍କ ସୁରକ୍ଷା ପାଇଁ ଆରମ୍ଭ ହେଲା ‘ଓଡ଼ିଶା ଯାତ୍ରୀ ସେଫ୍ଟି ଆପ୍’