ଆଇଏଏସ୍ ସ୍ତରରେ ପୁଣି ଅଦଳବଦଳ କଲେ ରାଜ୍ୟ ସରକାର । ୧୩ ଜଣ ଆଇଏଏସ୍ ଅଫିସରଙ୍କୁ ନୂଆ ଦାୟିତ୍ବ ପ୍ରଦାନ କଲେ ସରକାର । ୪ ଆଇଏଏସଙ୍କ ବଦଳି କରାଯାଇଥିବା ବେଳେ ୨୦୨୩ ବ୍ୟାଚର ୯ ଆଇଏଏସ ଅଧିକାରୀଙ୍କୁ ଉପଜିଲ୍ଲାପାଳ ଭାବେ ନିଯୁକ୍ତି ଦେଇଛନ୍ତି । ଏ ନେଇ ଆଜି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହା ପୂର୍ବରୁ ୨୨ ଜୁଲାଇରେ ଯେଉଁଥିରେ ମୋଟ ୪୯ ଜଣ ଅଧିକାରୀଙ୍କ ବଦଳି ହେବା ସହିତ କିଛି ଜିଲ୍ଲାର ଜିଲ୍ଲାପାଳ ମଧ୍ୟ ବଦଳିକରାଯାଇଥିଲା। ଏହି ଅଦଳବଦଳ ରାଜ୍ୟର ପ୍ରଶାସନିକ ଦକ୍ଷତା ବୃଦ୍ଧି ଓ ବିଭିନ୍ନ ବିଭାଗରେ ନୂଆ ଦିଗଦର୍ଶନ ଆଣିବା ଲକ୍ଷ୍ୟରେ କରାଯାଇଥିବା ଜଣାପଡ଼ିଛି। ୨୦୦୫ ବ୍ୟାଚର ବରିଷ୍ଠ ଆଇଏଏସ୍ ଅଧିକାରୀ ତଥା ବିଏମସିର ପୂର୍ବତନ କମିଶନର ରାଜେଶ ପ୍ରଭାକର ପାଟିଲଙ୍କୁ ସମବାୟ ବିଭାଗର କମିଶନର ଏବଂ ସଚିବ ଭାବେ ନୂଆ ଦାୟିତ୍ୱ ଦିଆଯାଇଥିବା ବେଳେ ବିଜୟ କେତନ ଉପାଧ୍ୟାୟଙ୍କୁ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସଚିବ। ସମର୍ଥ ବର୍ମାଙ୍କୁ ଲଘୁ ଖଣିଜ ଦ୍ରବ୍ୟ ବିଭାଗର ନିର୍ଦ୍ଦେଶକ, ଦୀପଙ୍କର ମହାପାତ୍ରଙ୍କୁ ହକି ଉନ୍ନୟନ କାଉନସିଲର ମୁଖ୍ୟ ନିର୍ବାହୀ ଅଧିକାରୀ (ସିଇଓ)। ସେହିପରି ପ୍ରେକ୍ଷା ଅଗ୍ରୱାଲଙ୍କୁ ଧର୍ମଗଡ଼ ଉପଜିଲ୍ଲାପାଳ ଭାବେ ଦାୟିତ୍ୱ ଦିଆଯାଇଥିବା ବେଳେ ପ୍ରଣୀତା ଦାସଙ୍କୁ ବାଲିଗୁଡ଼ା ଉପଜିଲ୍ଲାପାଳ, କସ୍ତୁରୀ ପଣ୍ଡାଙ୍କୁ କରଞ୍ଜିଆ ଉପଜିଲ୍ଲାପାଳ ,ଅଭିଷେକ ଦିଲୀପ ଦୁଡହାଲଙ୍କୁ ଗୁଣୁପୁର ଉପଜିଲ୍ଲାପାଳ, ଅସ୍ନୀ ଏ ଏଲ୍ଙ୍କୁ ନବରଙ୍ଗପୁର ଉପଜିଲ୍ଲାପାଳ, ସି. ସରବଣାଙ୍କୁ କୁଚିଣ୍ଡା ଉପଜିଲ୍ଲାପାଳ, ତେଜସ୍ବିନୀ ବେହେରାଙ୍କୁ ସୁନ୍ଦରଗଡ଼ ଉପଜିଲ୍ଲାପାଳ, ଶିବ ମାଲବ୍ୟଙ୍କୁ ଆନନ୍ଦପୁର ଉପଜିଲ୍ଲାପାଳ ଓ ଅବିନାଶ କୁମାରଙ୍କୁ ବ୍ରହ୍ମପୁର ଉପଜିଲ୍ଲାପାଳ ଭାବେ ନିଯୁକ୍ତି ଦିଆଯାଇଛି । Post navigation ଫେକ୍ ଜବ୍ କାର୍ଡରେ ଦ୍ବିତୀୟରେ ଓଡ଼ିଶା ବିଜେଡି କର୍ପୋରେଟର ଅମରେଶ ଜେନାଙ୍କ ନାଁରେ ସଙ୍ଗୀନ ଅଭିଯୋଗ