ତାମିଲନାଡୁରେ ଘଟିଥିବା ଭୟଙ୍କର ଆମୋନିଆ ଗ୍ୟାସ୍ ଲିକ୍ ଘଟଣାରେ ଆଉ ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି । ଚିକିତ୍ସାଧୀନ ଅବସ୍ଥାରେ କେନ୍ଦୁଝର ଜିଲ୍ଲା ତେଲକୋଇ ଅଞ୍ଚଳର କବିତା ଜୁଆଙ୍ଗଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ଏହି ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୧୨ କୁ ବୃଦ୍ଧି ପାଇଛି । ସୂଚନା ଅନୁଯାୟୀ, ଗତ କିଛି ଦିନ ତଳେ ତାମିଲନାଡୁର ଏକ କାରଖାନାରେ ଆମୋନିଆ ଗ୍ୟାସ୍ ଲିକ୍ ହୋଇଥିଲା । ଏଥିରେ କାମ କରୁଥିବା ବହୁ ଶ୍ରମିକ ଗୁରୁତର ହୋଇପଡ଼ିଥିଲେ । ସେମାନଙ୍କ ମଧ୍ୟରେ ଅଧିକାଂଶ ଓଡ଼ିଶାର କେନ୍ଦୁଝର ଜିଲ୍ଲାର ଜୁଆଙ୍ଗ ସମ୍ପ୍ରଦାୟର ଯୁବକ-ଯୁବତୀ ଥିଲେ ।ଗୁରୁତର ଅବସ୍ଥାରେ କବିତା ଜୁଆଙ୍ଗଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ତେବେ ଚିକିତ୍ସାଧୀନ ଅବସ୍ଥାରେ ସେ ଆଖି ବୁଜି ଛନ୍ତି । Post navigation Operation Sindoor: ऑपरेशन सिंदूर के छह शहीद जवानों को तत्काल सम्मान, देरी से पहचान के आरोप निराधार Tamil Nadu Gas Leak: Over 60 Odia workers return to Odisha