କୋରାପୁଟ ଜିଲ୍ଲାରେ କିଛି ଦିନ ବ୍ୟବଧାନରେ ପୁଣିଥରେ ଆନ୍ଥ୍ରାକ୍ସ ରୋଗୀ ଚିହ୍ନଟ ହୋଇଛନ୍ତି। ପଡ଼େଇଗୁଡ଼ା ଗାଁରେ କିଛି ଲୋକଙ୍କ ମଧ୍ୟରେ ଏହି ରୋଗର ଲକ୍ଷଣ ଦେଖିବାକୁ ମିଳିଥିଲା। ଆନ୍ଥ୍ରାକ୍ସ ରୋଗ ସନ୍ଦେହରେ ୬ ଜଣଙ୍କ ନମୁନା ପଠାଯାଇଥିଲା। ହେଲେ ସେଥିମଧ୍ୟରୁ ୨ ଜଣ ରୋଗୀ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ମିଳିଥିବା ସୂଚନା ଅନୁଯାୟୀ ଏହି ୨ ଆକ୍ରାନ୍ତଙ୍କୁ ଆଇସୋଲେସନରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

ସଂକ୍ରମିତ ପଶୁ ଉତ୍ପାଦରେ ଥିବା ଜୀବାଣୁମାନଙ୍କ ସ୍ପୋର ସଂସ୍ପର୍ଶରେ ଆସିଲେ ଆନ୍ଥ୍ରାକ୍ସ ରୋଗ ହୁଏ । ସୂଚନାଯୋଗ୍ୟ, ଗତ କିଛିଦିନ ତଳେ ଦଶମନ୍ତପୁର ବ୍ଲକ ଅଞ୍ଚଳରେ ଦୁଇ ଜଣ ଆନ୍ଥ୍ରାକ୍ସ ରୋଗରେ ଆକ୍ରାନ୍ତ ହୋଇଥିଲେ। ତେବେ ଚିକିତ୍ସା ପରେ ସେମାନେ ସୁସ୍ଥ ହୋଇଥିବା ଜଣାପଡିଛି। ସେହିପରି ଲକ୍ଷ୍ମୀପୁର ବ୍ଲକର ଓଡ଼ିଆପେଣ୍ଠ ପଞ୍ଚାୟତର ଖାଲକଣା ଗ୍ରାମରେ ଦୁଇ ଜଣ ଆନ୍ଥ୍ରାକ୍ସ ରୋଗୀ ଚିହ୍ନଟ ହୋଇଥିଲେ।

Leave a Reply

Your email address will not be published. Required fields are marked *