ଭୁବନେଶ୍ୱର: ଟିକେଟ ଘୋଷଣା ପରେ ଭୁବନେଶ୍ୱର ଫେରିଛନ୍ତି ଅପରାଜିତା ଷଡ଼ଙ୍ଗୀ । ଭୁବନେଶ୍ୱର ଲୋକସଭା ଆସନ ପାଇଁ ସାଂସଦ ପ୍ରାର୍ଥୀଭାବେ ଅପରାଜିତାଙ୍କ ନାମ ଘୋଷଣା ପରେ ବୁଧବାର ସେ ଭୁବନେଶ୍ୱରରେ ପହଞ୍ଚିଛନ୍ତି । ଏହି ଅବସରରେ ତାଙ୍କୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି ।

ଏହି ଅବସରରେ ସେ କହିଛନ୍ତି ଯେ ବିଗତ ୫ ବର୍ଷ ହେଲା ମୁଁ ନିଷ୍ଠାପର ଭାବେ ସମସ୍ତଙ୍କ ସେବା କରିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିକଶିତ ଭାରତ ସ୍ୱପ୍ନରେ ଭୁବନେଶ୍ୱର ପ୍ରମୁଖ ସ୍ଥାନ ନେବ । ମୋଦୀଙ୍କୁ ଆଣିବାକୁ ହେଲେ ଅପରାଜିତାଙ୍କୁ ଜିତାଇବାକୁ ପଡ଼ିବ ବୋଲି ଅପରାଜିତା କହିଛନ୍ତି ।

ସେହିପରି ବିଜେଡି ପ୍ରାର୍ଥୀଙ୍କ ସମ୍ପର୍କରେ ସେ କହିଛନ୍ତି ଯେ ବିଗତ କିଛି ଦିନ ହେବ ଜଣେ ମହିଳାଙ୍କୁ ପ୍ରର୍ଥୀ କରାଯାଉଥିବା କୁହାଯାଉଥିଲା । ଏମିତିକି ସମ୍ପୃକ୍ତ ମହିଳା ବି ବିଭିନ୍ନ ଅଞ୍ଚଳରେ ବୁଲାବୁଲି ଆରମ୍ଭ କରିଥିଲେ । ଏବେ ସମ୍ପୃକ୍ତ ମହିଳାଙ୍କୁ ହଟାଇ ଆଉ ଜଣଙ୍କୁ ପ୍ରାର୍ଥୀ କରାଯାଉଥିବା ନେଇ ଚର୍ଚ୍ଚା ହେଉଛି । ଜଣେ ମହିଳାଙ୍କୁ ହଟାଯାଇ ଆଉ ଜଣଙ୍କୁ ପ୍ରାର୍ଥୀ କରାଯିବା ଉଚିତ କି ବୋଲି ଅପରାଜିତା ପ୍ରଶ୍ନ କରିଛନ୍ତି ।

ସେହିପରି ବିଜେଡି ଉଦେ୍ଧଶ୍ୟରେ ଅପରାଜିତା ଚର୍ଚ୍ଚିତ ଗବର ସିଂ ଡାଏଲଗ ବି କହିଛନ୍ତି ।ଯୋ ଡରଗୟା, ୱ ମରଗୟା ବୋଲି କହି ଅପରାଜିତା କଟାକ୍ଷ କରିଛନ୍ତି ।

ପ୍ରକାଶ ଯେ ଭୁବନେଶ୍ୱର ସଂସଦୀୟ କ୍ଷେତ୍ର ପାଇଁ ପ୍ରାର୍ଥୀ ଘୋଷଣା ପରେ ଆଜି ରାଜଧାନୀରେ ବିରାଟ ପଦଯାତ୍ରା କରିବେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ । ଏହସହ ୨୦୨୪ ନିର୍ବାଚନ ପାଇଁ ଆଜିଠୁ ପ୍ରସ୍ତୁତି ଆରମ୍ଭ କରିବେ । ଭୁବନେଶ୍ୱର ଏୟାରପୋର୍ଟରୁ ପଦଯାତ୍ରାରେ ବାହାରି ଲିଙ୍ଗରାଜ ମନ୍ଦିର ପର୍ୟ୍ୟନ୍ତ ପଦଯାତ୍ରାରେ ଯିବେ । ସେଠାରେ ବାବା ଲିଙ୍ଗରାଜଙ୍କୁ ଦର୍ଶନ କରି ଆଶୀର୍ବାଦ ଭିକ୍ଷା ନେବେ । ଏହି ପଦଯାତ୍ରାରେ ବହୁ ଦଳୀୟ କର୍ମୀ ସାମିଲ ହୋଇ ଅପରାଜିତାଙ୍କୁ ସ୍ୱାଗତ କରିବାର କାର୍ୟ୍ୟକ୍ରମ ରହିଛି

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *