ଭୁବନେଶ୍ବର: ସମ୍ବଲପୁର ସାଂସଦ ତଥା ଦେବଗଡ ରାଜା ନୀତେଶ ଗଙ୍ଗଦେବଙ୍କ ପତ୍ନୀ ଅରୁନ୍ଧତୀ ଦେବୀ ଆଜି ବିଜେଡିରେ ଯୋଗ ଦେଇଛନ୍ତି। ତାଙ୍କ ସହ ତାଙ୍କ ପୁତ୍ର ନମନ ଗଙ୍ଗଦେବ ମଧ୍ୟ ବିଜେଡିରେ ଯୋଗ ଦେଇଛନ୍ତି। ଆଜି ସନ୍ଧ୍ୟାରେ ନବୀନ ନିବାସ ଠାରେ ସେମାନେ ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟନାୟକଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଛନ୍ତି। ଏହି ସମୟରେ ସାଂସଦ ମାନସ ମଙ୍ଗରାଜ ମଧ୍ୟ ଉପସ୍ଥିତ ଥିଲେ।

ଆଜି ବିଜେପି ଛାଡ଼ିଥିଲେ ଅରୁନ୍ଧତୀ ଦେବୀ। ସମ୍ବଲପୁର ସାଂସଦ ନିତେଶ ଗଙ୍ଗଦେବଙ୍କ ପତ୍ନୀ ଅରୁନ୍ଧତୀ ଦେବୀ। ବିଜେପିର ପ୍ରାଥମିକ ସଦସ୍ୟତାରୁ ସେ ଇସ୍ତଫା ଦେଇଥିଲେ। ଏନେଇ ସେ ସୋସିଆଲ ମିଡିଆରେ ସୂଚନା ଦେଇଥିଲେ। ଅନେକଦିନ ଧରି ତାଙ୍କ ସାଂସଦ ସ୍ବାମୀଙ୍କୁ ବିଜେପିରେ ଏକଘରିକିଆ କରାଯାଇଥିବାରୁ ଅସନ୍ତୁଷ୍ଟ ଥିଲେ ଅରୁନ୍ଧତୀ।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *