ଗୁରୁ-ଶିଷ୍ୟର ପବିତ୍ର ସମ୍ପର୍କରେ ପୁଣି ଲାଗିଛି କଳଙ୍କ। ଷଷ୍ଠ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ଜଣେ ଆଶ୍ରମ ବିଦ୍ୟାଳୟର ପ୍ରଧାନଶିକ୍ଷକଙ୍କୁ ଗିରଫ କରିଛି ପୋଲିସ। ଏଭଳି ଏକ ସମ୍ବେଦନଶୀଳ ଘଟଣା ମୟୂରଭଞ୍ଜ ଜିଲ୍ଲା ରରୁଆଁ ଥାନା ଅଞ୍ଚଳରେ ଘଟିଥିବା ଜଣାପଡ଼ିଛି।

ମିଳିଥିବା ସୂଚନା ଅନୁଯାୟୀ, ରରୁଆଁ ଥାନା ଅନ୍ତର୍ଗତ ଏକ ଆଶ୍ରମ ବିଦ୍ୟାଳୟରେ ପ୍ରଧାନଶିକ୍ଷକ ଜଣକ ଛାତ୍ରୀଙ୍କ ପ୍ରତି ଅସଦାଚରଣ କରିଥିବା ନେଇ ଗୁରୁତର ଅଭିଯୋଗ ହୋଇଥିଲା। ଏ ନେଇ ଥାନାରେ ଏକ ମାମଲା ରୁଜୁ ହେବା ପରେ ପୋଲିସ ତୁରନ୍ତ ତଦନ୍ତ ଆରମ୍ଭ କରିଥିଲା। ତଦନ୍ତ ଆଧାରରେ ଅଭିଯୁକ୍ତ ପ୍ରଧାନଶିକ୍ଷକଙ୍କୁ ପୋଲିସ ଗିରଫ କରିବା ସହ ଅଧିକ ପଚରାଉଚରା ଜାରି ରଖିଛି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି।

Leave a Reply

Your email address will not be published. Required fields are marked *