ଆସନ୍ତା ୧୮ରେ ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ କରିବ ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା (ଏଏସଆଇ) । ଏନେଇ ଏଏସଆଇ ପକ୍ଷରୁ ଶ୍ରୀମନ୍ଦିର ପ୍ରଶାସନକୁ ସୂଚନା ଦିଆଯାଇଛି । ରାଜ୍ୟ ସରକାରଙ୍କ ଅନୁମୋଦନ ପରେ ଏହି ପ୍ରାରମ୍ଭିକ ନିରୀକ୍ଷଣ ଏବଂ ବୈଷୟିକ ଯାଞ୍ଚ ଅନୁଷ୍ଠିତ ହେବ । ଏଏସଆଇ ର ଅତିରିକ୍ତ ମହାନିର୍ଦ୍ଦେଶକଙ୍କ ନେତୃତ୍ବରେ ନିରୀକ୍ଷଣ ହେବ । ଏଥିପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଡ. ଅରବିନ୍ଦ ପାଢୀ ସମସ୍ତ ପ୍ରସ୍ତୁତିର ସମୀକ୍ଷା କରିବା ସହ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । Post navigation ବନ୍ୟା ସ୍ଥିତି ସମୀକ୍ଷା ପାଇଁ ମାଲକାନଗିରିରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ରାଜ୍ୟ କାର୍ଯ୍ୟାଳୟରେ ସଦସ୍ୟତା ଅଭିଯାନ, ପ୍ରଧାନମନ୍ତ୍ରୀଙ୍କ ଓଡିଶା ଗସ୍ତ, ସୁଭଦ୍ରା ଯୋଜନା, ଶହେ ଦିନ ବିଜେପି ସରକାରର ଉପଲବ୍ଧି ପ୍ରସଙ୍ଗରେ ଗୁରୁତ୍ୱପୂର୍ଣ୍ଣ ବୈଠକ