ସପ୍ତଦଶ ବିଧାନସଭାର ଦ୍ୱିତୀୟ ତଥା ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଛି । ମାତ୍ର ପ୍ରଥମ ଦିନରୁ ଗୃହରେ ହୋହାଲ୍ଲା ଦେଖିବାକୁ ମିଳିଛି । ଶୂନ୍ୟକାଳରେ ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଗୃହ ଦିନ ୪ଟା ଯାଏଁ ମୁଲତବି କଲେ ବାଚସ୍ପତି ସୁରମା ପାଢ଼ୀ  ।

ଆଜି ପ୍ରଥମେ ବିଧାନସଭାର ଶୀତ ଅଧିବେଶନରେ ବିଭିନ୍ନ ପ୍ରସଙ୍ଗ ନେଇ ଆଲୋଚନା ହୋଇଥିଲା । ସରକାରଙ୍କୁ ଆକ୍ରମଣ କରିବାକୁ ମାଳମାଳ ପ୍ରସଙ୍ଗ ଧରି ପ୍ରସ୍ତୁତ ହୋଇଥିଲେ ବିରୋଧୀ ବିଜେଡି ଓ କଂଗ୍ରେସ । ତେଣୁ ଗୃହ ଆରମ୍ଭତୁ ବିରୋଧୀ ଦଳ ଆମ୍ବଟାକୁଆ ପ୍ରସଙ୍ଗ ଉଠାଇଥିଲେ । ଏହାକୁ ନେଇ କଂଗ୍ରେସ ଓ ବିଜେଡି ବିଧାୟକ ମାନେ ଗୃହର ମଧ୍ୟଭାଗକୁ ଆସି ପ୍ରବଳ ହଟ୍ଟଗୋଳ କରିଥିଲେ । ତେଣୁ ପ୍ରଥମେ ଗୃହକୁ ୧୨ଟା ୨୫ ମିନିଟ୍‌ ଯାଏଁ ମୁଲତବୀ ଘୋଷଣା କରାଯାଇଥିଲା । ମୁଲତବୀ ସମୟ ପରେ ପୁଣି ଆରମ୍ଭ ହୋଇଥିଲା ଗୃହ କାର୍ଯ୍ୟ । ହେଲେ ୨ୟ ଥର ଗୃହ ଆରମ୍ଭ ହେବା ମାତ୍ରେ ସମ୍ବିଧାନରେ ସମ୍ବିଧାନ ମୁଖବନ୍ଧରୁ ଧର୍ମ ନିରପେକ୍ଷ ଓ ସମାଜବାଦ ଶଦ୍ଦ ନ ରହିବାରୁ ପ୍ରସଙ୍ଗ ଉଠାଇଲେ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ।ପ୍ରସଙ୍ଗକୁ ସମର୍ଥନ ଜଣାଇଲେ କଂଗ୍ରେସର ଉପସ୍ଥିତ ସଦସ୍ୟ ।

ମଙ୍ଗଳବାରଠାରୁ ଆରମ୍ଭ ହୋଇଥିବା ଶୀତ ଅଧିବେଶନ ୨୬ରୁ ଆରମ୍ଭ ହୋଇ ଡିସେମ୍ବର ୩୧ ଯାଏଁ ଚାଲିବ । ଚଳିତ ଅଧିବେଶନରେ ମୋଟ ୩୦ଟି କାର୍ଯ୍ୟ ଦିବସ ରହିଛି । ଡିସେମ୍ବର ୧, ୮, ୧୫, ୨୨ ଏବଂ ୨୯ ରବିବାର ପଡ଼ୁଥିବାରୁ ଏହି ଦିନମାନଙ୍କରେ ଗୃହ କାର୍ଯ୍ୟ ବନ୍ଦ ରହିବ । ସେହିପରି ବଡ଼ ଦିନ ପାଇଁ ଡିସେମ୍ବର ୨୫ ମଧ୍ୟ ଛୁଟି ରହିବ ।

 

Leave a Reply

Your email address will not be published. Required fields are marked *