ଆଜି ଦିଲ୍ଲୀର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେଇଛନ୍ତି ଆତିଶୀ ମାର୍ଲେନା । ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାପରେ ଆଜିଠୁ କାମ ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟରେ ଦୁଇଟି ଚୌକି ଲଗାଯାଇଛି। ଅରବିନ୍ଦ କେଜରିୱାଲଙ୍କ ଚେୟାର ପାର୍ଶ୍ୱରେ ଅନ୍ୟ ଏକ ଚୌକିରେ ବସି କାର୍ଯ୍ୟ ଆରମ୍ଭ କରିଛନ୍ତି ଦିଲ୍ଲୀର ନୂଆମୁଖ୍ୟମନ୍ତ୍ରୀ ଆତିଶୀ ମାର୍ଲେନା। କେଜ୍ରିଓ୍ୱାଲଙ୍କ ପାଇଁ ଆସନ ଖାଲି ରଖିଛନ୍ତି ଆତିଶୀ।

ଆତିଶୀ କହିଛନ୍ତି, ଆଜି ମୁଁ ଦିଲ୍ଲୀର ମୁଖ୍ୟମନ୍ତ୍ରୀ କାର୍ଯ୍ୟଭାର ସମ୍ଭାଳିଛି। କୁନ୍ତୁ ମୋ ମନରେ ସେହି ଭଳି ଯନ୍ତ୍ରଣା ଅଛି, ଯାହା ଭରତଙ୍କ ଥିଲା। ଯେଉଁଭଳି ଭାବରେ ଭରତ ସିଂହାସନରେ ଭଗବାନ ରାମଙ୍କ କଠଉ ରଖି ରାଜ୍ୟସଭା ସମ୍ଭାଳିଥିଲେ। ସେହିପରି ମୁଁ ମଧ୍ୟ ଆସନ୍ତା ୪ ମାସ ପାଇଁ ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ କରିବି। ଏହି ଚୌକି ଅରବିନ୍ଦ କେଜ୍ରିୱାଲଙ୍କର ଅଟେ। ଫେବୃଆରୀରେ ହେବାକୁ ଥିବା ନିର୍ବାଚନରେ ଦିଲ୍ଲୀର ଲୋକମାନେ ଅରବିନ୍ଦ କେଜ୍ରିୱାଲଙ୍କୁ ପୁଣିଥରେ ମୁଖ୍ୟମନ୍ତ୍ରୀ କରିବେ ବୋଲି ମୋର ଦୃଢ଼ ବିଶ୍ୱାସ।

Leave a Reply

Your email address will not be published. Required fields are marked *