ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନାକୁ ନେଇ ଆଜି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମହାଲିଙ୍ଗ ବଡ଼ ସୂଚନା ଦେଇ କହିଛନ୍ତି ଆସନ୍ତାବର୍ଷ ଫେବୃଆରୀ ମାସରୁ ରାଜ୍ୟରେ କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ ଭାରତ ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଲାଗୁ ହେବ । ନୂଆବର୍ଷରେ ଚଳିତ ଆର୍ଥିକ ବର୍ଷରେ କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହେବ । ଗୋପବନ୍ଧୁ ଆରୋଗ୍ୟ ଯୋଜନା ସହ ଆୟୁଷ୍ମାନ ଭାରତ ଯୋଜନାର ଏମଓୟୁ ସ୍ୱାକ୍ଷର ହେବ । ୭୦ ବର୍ଷରୁ ଅଧିକ ବୟସର ସମସ୍ତ ବରିଷ୍ଠ ନାଗରିକ, ସେମାନଙ୍କର ସାମାଜିକ-ଅର୍ଥନୈତିକ ସ୍ଥିତି ନିର୍ବିଶେଷରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାର ଲାଭ ପାଇବାକୁ ଯୋଗ୍ୟ ହେବେ ।

ସ୍ୱାସ୍ଥ୍ୟମନ୍ତ୍ରୀ ଆଉ ମଧ୍ୟ କହିଛନ୍ତି, ନୂଆବର୍ଷରେ ଓଡ଼ିଶାରେ ସ୍ୱାସ୍ଥ୍ୟ କ୍ଷେତ୍ରରେ ଉନ୍ନତି ଆଣିବା ପାଇଁ ଏକ ଫ୍ଲେକ୍ସସିଡ୍ ପ୍ରୋଗ୍ରାମ ହେବ । ଯେଉଁଥିରେ ଓଡ଼ିଶାରେ ୪ କୋଟିରୁ ସାଢ଼େ ୩ କୋଟି ଲୋକଙ୍କୁ କାର୍ଡ ଦିଆଯିବ । ଜଣେ ବି ହିତାଧିକାରୀ ଏଥିରୁ ବଞ୍ଚିତ ହେବେ ନାହିଁ । ବିଗତ ମାସରେ କେନ୍ଦ୍ରୀୟ ଟିମ୍ ଅନୁଧ୍ୟାନ କରିକି ଯାଇଛନ୍ତି । ଏହି କାର୍ଡରେ କାଶ୍ମୀରରୁ କନ୍ୟାକୁମାରୀ ପର୍ଯ୍ୟନ୍ତ ୨୭ ହଜାର ହସ୍ପିଟାଲରେ ଲୋକ ଚିକିତ୍ସାର ସୁବିଧା ପାଇବେ ।

Leave a Reply

Your email address will not be published. Required fields are marked *