bahuda-jatra-return-journey-of-trinity
ଆଜି ପବିତ୍ର ବାହୁଡ଼ା ଯାତ୍ରାରେ ଜନ୍ମବେଦିରେ ୯ ଦିନ ଲୀଳାଖେଳା ସାରି ଭଉଣୀ ସୁଭଦ୍ରା ଏବଂ ବଡ଼ଭାଇ ବଳଭଦ୍ରଙ୍କୁ ସାଥୀରେ ଧରି ପୁଣି ଶ୍ରୀଗୁଣ୍ଡିଚା ମନ୍ଦିରରୁ ଶ୍ରୀମନ୍ଦିର ଫେରିଆସିବେ ମହାବାହୁ । ଜନ୍ମବେଦୀରୁ ବାହାରି ଧାଡ଼ି ପହଣ୍ଡିରେ ଆସି ଶରଧାବାଲିରେ ପ୍ରସ୍ତୁତ ଥିବା ରଥ ଉପରେ ବିରାଜିଛନ୍ତି ଚତୁର୍ଦ୍ଧାମୂର୍ତ୍ତି ।
 
ସର୍ବ ପ୍ରଥମେ ଚକ୍ରରାଜ ସୁଦର୍ଶନ ପହଣ୍ଡିରେ ଆସି ଦର୍ପଦଳନ ରଥରେ ବିରାଜମାନ କରିଥିବାବେଳେ ପରେ ବଡ଼ଠାକୁର ବଳଭଦ୍ର ଆସି ତାଳଧ୍ୱଜ ରଥରେ ରଥାରୂଢ଼ ହୋଇଛନ୍ତି । ଏହା ପରେ ଭଉଣୀ ସୁଭଦ୍ରା ଦର୍ପଦଳନ ରଥରେ ଏବଂ ଶେଷରେ ମହାପ୍ରଭୁ ଶ୍ରୀଜଗନ୍ନାଥ ନନ୍ଦିଘୋଷ ରଥରେ ବିରାଜମାନ ହୋଇଛନ୍ତି ।
 
ଏଥିପାଇଁ ବଡ଼ଦାଣ୍ଡ ପୁଣି ଥରେ ଜନସମୁଦ୍ର ଆରମ୍ଭ ହୋଇଯାଇଛି । ଘଣ୍ଟା, ହୁଳହୁଳି, ଲକ୍ଷଲକ୍ଷ ଭକ୍ତଙ୍କ ଜୟ ଜଗନ୍ନାଥ ଧ୍ୱନୀରେ ବଡ଼ଦାଣ୍ଡରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହେବାରେ ଲାଗିଛି ।
 

By Nirvay

Leave a Reply

Your email address will not be published. Required fields are marked *