ଶ୍ରୀଗୁଣ୍ଡିଚା ମନ୍ଦିରରୁ ସଅଳ ପହଣ୍ଡି ଆରମ୍ଭ । ବାହୁଡ଼ା ଯାତ୍ରାରେ ନିର୍ଦ୍ଧାରିତ ସମୟ ପୂର୍ବରୁ ଆରମ୍ଭ ହୋଇଛି ପହଣ୍ଡି । ଭାଇ ଭଉଣୀଙ୍କୁ ସାଥୀରେ ଧରି ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ ମହାବାହୁ । ଶୂନ୍ୟ ପହଣ୍ଡିରେ ରଥରେ ବିଜେ କରିଛନ୍ତି ଶ୍ରୀ ସୁଦର୍ଶନ । ଘଣ୍ଟ ଘଣ୍ଟା ବାଦ୍ୟରେ ରଥକୁ ଆସିଛନ୍ତି ସୁଦର୍ଶନ । ତେବେ ଚକ୍ରରାଜ ସୁଦର୍ଶନଙ୍କ ପରେ ଧାଡ଼ି ପହଣ୍ଡିରେ ରଥକୁ ବିଜେ କରୁଛନ୍ତି ବଡ଼ ଠାକୁର । ଏହାପରେ ଦେବୀ ସୁଭଦ୍ରା ଶୂନ୍ୟ ପହଣ୍ଡିରେ ରଥକୁ ବିଜେ କରିବେ । ଶେଷରେ ଗହଳି ଲଗାଇ ରତ୍ନବେଦିରୁ ହଲି ହଲି ରଥକୁ ଆସିବେ କଳା ଠାକୁର ।

Leave a Reply

Your email address will not be published. Required fields are marked *