କେନ୍ଦ୍ରାପଡ଼ା;କାଲି ନାମାଙ୍କନ ଭରିବେ କେନ୍ଦ୍ରାପଡ଼ାର ବିଜେପି ସାଂସଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡା । କାଲି ସକାଳ ୯ଟାରେ ସେ ରାମ ମନ୍ଦିରରେ ପୂଜାର୍ଚ୍ଚନା ପରେ ଶୋଭାଯାତ୍ରାରେ ବାହାରିବେ ।
ସହରରେ ଦଳୀୟ କର୍ମୀଙ୍କୁ ନେଇ ଶୋଭାଯାତ୍ରା ହେବ । ଏହା ପରେ ସେ କେନ୍ଦ୍ରାପଡା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ନାମାଙ୍କନ କରିବେ । ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ାର ବିଜେପି ସାସଂଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡାଙ୍କ ନେତୃତ୍ୱରେ ଚାଲିଛି ଜୋରଦାର ପ୍ରଚାର। ଏହି ରାଲିରେ ଆଳିର ବିଜେପି ବିଧାୟକ ପ୍ରାର୍ଥୀ କୃଷ୍ଣଚନ୍ଦ୍ର ପଣ୍ଡାଙ୍କ ସହ ବହୁ ସଂଖ୍ୟାରେ ବିଜେପି ନେତା ଓ କର୍ମୀ ସାମିଲ ହୋଇଛନ୍ତି।

By SonaliP

Leave a Reply

Your email address will not be published. Required fields are marked *