ଆଜି ସନ୍ଧ୍ୟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ୱର ବାଲିଅନ୍ତା ଅଞ୍ଚଳରେ ହୋଇଥିବା ଭିଡ଼ ହତ୍ୟା ବା ମବ୍ ଲିଞ୍ଚିଙ୍ଗ୍ ଘଟଣା ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ଘଟଣା ସମ୍ପର୍କରେ ସବିସ୍ତୃତ ଆଲୋଚନା କରିବା ପରେ କ୍ରାଇମ୍ବ୍ରାଞ୍ଚ୍ ଦ୍ୱାରା ଏହି ଘଟଣାର ସଠିକ୍ ଓ ପୁଙ୍ଖାନୁପୁଙ୍ଖ ଯାଞ୍ଚ୍ କରି ଦୋଷୀମାନଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏଭଳି ଘଟଣାର ଯେଭଳି ପୁନରାବୃତ୍ତି ନ ହୁଏ, ସେଥିପାଇଁ ପୋଲିସ ମହାନିର୍ଦ୍ଦେଶକ ସତର୍କ ଓ ସଜାଗ ରହିବା ପାଇଁ ମୁଖ୍ୟମନ୍ତ୍ରୀ ତାଗିଦ୍ କରିଥିଲେ । ରାଜ୍ୟରେ ଆଇନର ଶାସନ ପ୍ରତିଷ୍ଠା କରିବା ପାଇଁ ପୋଲିସ କଠୋରରୁ କଠୋରତମ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ପ୍ରକାଶ ମିଶ୍ର, ମୁଖ୍ୟଶାସନ ସଚିବ ଅନୁ ଗର୍ଗ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା, ପୋଲିସ ମହାନିର୍ଦ୍ଦେଶକ ୱାଇ.ବି ଖୁରାନିଆ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶାଶ୍ୱତ ମିଶ୍ର, ଗୁଇନ୍ଦା ନିର୍ଦ୍ଦେଶକ ଆର.ପି. କୋଚ୍ଚେ, ଅତିରିକ୍ତ ମହାନିର୍ଦ୍ଦେଶକ ଆଇନ ଶୃଙ୍ଖଳା ସଞ୍ଜୟ କୁମାର, ଏ.ଡି.ଜି କ୍ରାଇମବ୍ରାଞ୍ଚ୍ ବିନୟତୋଷ ମିଶ୍ର, ପୋଲିସ କମିଶନର ଏସ. ଦେବଦତ୍ତ ସିଂହ ଏବଂ ଡ଼ି.ସି.ପି ଜଗମୋହନ ମୀନା ପ୍ରମୁଖ ଉପସ୍ଥିତ ଥିଲେ। Post navigation Ratna Bhandar Counting: ଆସନ୍ତା ୧୧ରୁ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଗଣତି ମଣତି କାର୍ଯ୍ୟ Dabugaon Custodial Death Case: IIC Suspended