ଭୁବନେଶ୍ଵର: ଭାରତୀୟ ସମ୍ବିଧାନ ର ଜନକ ତଥା ସାମାଜିକ ନ୍ୟାୟ ର ମହାନ୍ ପ୍ରବକ୍ତା ଡକ୍ଟର ଆମ୍ବେଦକରଙ୍କ ନାମରେ ନାମିତ ହେବ
ଭୁବନେଶ୍ଵର ବରମୁଣ୍ଡା ର ନବନିର୍ମିତ ବସ ଷ୍ଟାଣ୍ଡ .ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଏହା ପ୍ରକାଶ କରିବା ସହ ଡକ୍ଟର ଆମ୍ବେଦକର ଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି . ଏବେ ବରମୁଣ୍ଡା ବସଷ୍ଟାଣ୍ଡ ବାବା ସାହେବ ଭୀମ ରାଓ ଆମ୍ବେଦକର ବସ ଟର୍ମିନାଲ ଭାବରେ ପରିଚିତ ହେବ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଡକ୍ଟର ଆମ୍ବେଦକର ଜଣ ଦୂରଦର୍ଶୀ ନେତା ସମର୍ପିତ ସମାଜ ସଂସ୍କାରକ ଥିଲେ. ସମାଜ ର ଦଳିତ ନିଷ୍ପେଶିତ ଙ୍କ ପାଇଁ ସେ ଥିଲେ ଆଶା ର ଆଲୋକ. ଏକ ନ୍ୟାୟ ପୂର୍ଣ ସମାଜ ଗଠନ ପାଇଁ ସେ ସାରା ଜୀବନ କାମ କରିଯାଇଛନ୍ତି ।

ଦେଶ ଗଠନରେ ତାଙ୍କର ମହାନ୍ ଅବଦାନ ଓ ଆଦର୍ଶ ବିଷୟରେ ଜନସାଧାରଣ ଙ୍କୁ ସଚେତନ କରିବା ପାଇଁ ଡକ୍ଟର ବାବାସାହେବ ଆମ୍ବେଦକର ବସଷ୍ଟାଣ୍ଡ ରେ 900 ବର୍ଗ ଫୁଟ ଅଞ୍ଚଳରେ ଏକ ସ୍ଵତନ୍ତ୍ର ଗ୍ୟାଲେରୀ ନିର୍ମାଣ କରାଯିବ. ଡିଜିଟାଲ ଜ୍ଞାନକୌଶଳ ବ୍ୟବହାର ଜରିଆରେ ଡକ୍ଟର ଆମ୍ବେଦକରଙ୍କ ଜୀବନୀ ଓ ଆଦର୍ଶ କୁ ଏଠାରେ ସୁନ୍ଦର ଭାବରେ ଉପସ୍ଥାପିତ କରାଯିବ. ଭାରତୀୟ ସମ୍ବିଧାନ ର ଏକ ନକଲ ସହିତ ବାବା ସାହେବ ଦ୍ଵାରା ବ୍ୟବହୃତ ବିଭିନ୍ନ ଜିନିଷ ମଧ୍ଯ ଏଠାରେ ପ୍ରଦର୍ଶିତ ହେବ।

୧୫.୫ ଏକର ପରିମିତ ଜମିରେ ନିର୍ମିତ ଏହି ବସଷ୍ଟାଣ୍ଡ ଦୈନିକ ତିରିଶ ହଜାର ଯାତ୍ରୀଙ୍କ ପରିବହନ ର ମୁଖ୍ୟ ମାଧ୍ୟମ ହେବ .ଏହାକୁ ଦୃଷ୍ଟିରେ ରଖି ଏଠାରେ ଯାତ୍ରୀମାନଙ୍କ ପାଇଁ ବିଭିନ୍ନ ସୁବିଧା ସୁଯୋଗ ର ବିକାଶ କରାଯିବା ସହ ନିରାପତ୍ତା ପ୍ରତି ମଧ୍ୟ ସ୍ଵତନ୍ତ୍ର ଧ୍ୟାନ ଦିଆଯାଇଛି।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *