ଭୁବନେଶ୍ୱର: ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ କେନ୍ଦୁଝର ଜିଲ୍ଲା ତେଲକୋଇ ନିର୍ବାଚନ ମଣ୍ଡଳୀର ବିଜେଡିର ପୂର୍ବତନ ବିଧାୟକ ତଥା ପୂର୍ବତନ ଚେୟାରମ୍ୟାନ  ବେଦବ୍ୟାସ ନାୟକ ନିଜ ସମର୍ଥକଙ୍କ ସହ ଆନୁଷ୍ଠାନିକ ଭାବେ ବିଜେପିରେ ଯୋଗଦାନ କରିଛନ୍ତି ।  ନାୟକଙ୍କ ସହ ବିଜେଡି ନେତା ଅକ୍ଷୟ କୁମାର ରାଉଳ, ଶ୍ରୀଧର ନାଏକ, ପୂର୍ବତନ ସରପଂଚ ମନୋଜ କୁମାର ନାଏକ, ଦେବାନନ୍ଦ ନାଏକ ବିଜେପିରେ ଯୋଗ ଦେଇଛନ୍ତି ।

ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ରାଜ୍ୟ ମୁଖ୍ୟ ମୁଖପାତ୍ର ସଜ୍ଜନ ଶର୍ମା ନୂତନ ସଦସ୍ୟଙ୍କୁ ଉତରୀୟ ପ୍ରଦାନ କରି ସ୍ୱାଗତ ଜଣାଇଥିଲେ । ପାର୍ଟୀରେ ସାମିଲ ହୋଇଥିବା ନୂତନ ସଦସ୍ୟଙ୍କୁ ୮୯୮୦୮୦୮୦୮୦ ନମ୍ବରରେ ଡାୟାଲ କରାଇ ଶର୍ମା ସଦସ୍ୟତା କରାଇଥିଲେ । ଏହି ମିଶ୍ରଣ ପର୍ବରେ ରାଜ୍ୟ ସମ୍ପାଦକ ଶ୍ରୀ ସରୋଜ କର ଉପସ୍ଥିତ ଥିଲେ ।

 

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *