ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ‘ଦମନ’କୁ ମିଳିଲା ଜାତୀୟ ପୁରସ୍କାର । ଦିଲ୍ଲୀ ବିଜ୍ଞାନ ଭବନରେ ଅନୁଷ୍ଠିତ ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ସମାରୋହରେ ଦମନ ଚଳଚ୍ଚିତ୍ରକୁ ଶ୍ରେଷ୍ଠ ଆଞ୍ଚଳିକ ଚଳଚ୍ଚିତ୍ର’ ଭାବେ ପୁରସ୍କୃତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତିଙ୍କ ଠାରୁ ପୁରସ୍କାର ଗ୍ରହଣ କଲେ ପ୍ରଯୋଜକ ଦୀପେନ୍ଦ୍ର ସାମଲ ଓ ୨ ନିର୍ଦ୍ଦେଶକ ବିଶାଲ ମୌର୍ଯ୍ୟ ଓ ଦେବୀପ୍ରସାଦ ଲେଙ୍କା । ଅନ୍ୟପଟେ ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ପୁରସ୍କୃତ ‘ଦମନ’ ସିନେମାର ନିର୍ମାତା ଏବଂ ସମସ୍ତ ସଦସ୍ୟଙ୍କୁ ଅନେକ ଅନେକ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ କହିଛନ୍ତି ଜାତୀୟ ସ୍ତରରେ ‘ଦମନ’ର ଏହି ସଫଳତା ଆଗାମୀ ଦିନରେ ଆମ ଓଡ଼ିଆ ସିନେମା ଜଗତକୁ ନିଶ୍ଚୟ ଉତ୍ସାହିତ କରିବ। ସୂଚନଯୋଗ୍ୟ:ଦମନ ଚଳଚିତ୍ରର କାହାଣୀ ଓଡ଼ିଶାରେ ଘଟିଥିବା ଏକ ସତ୍ୟ ଘଟଣା ଉପରେ ଆଧାରିତ। ଓଡ଼ିଆ ଚଳଚ୍ଚିତ୍ର ‘ଦମନ’ରେ ଯୁବ ଡାକ୍ତର ସିଦ୍ଧାର୍ଥଙ୍କ କର୍ତ୍ତବ୍ୟନିଷ୍ଠ କାହାଣୀ ପ୍ରତିଫଳିତ ହୋଇଥିଲା । ଡାକ୍ତରୀ ପାଠ ଶେଷ କରିବା ପରେ ଡାକ୍ତରଙ୍କର ପୋଷ୍ଟିଂ ହୁଏ ମାଲକାନଗିରି ଜିଲାର ଉପାନ୍ତ ଅଞ୍ଚଳରେ । ମୌଳିକ ସୁବିଧା ସୁଯୋଗର ଅଭାବ, ପୁଣି ନକ୍ସଲ ଉପଦ୍ରୁତ ଏହି ଅଞ୍ଚଳରେ ଯୁବ ଡାକ୍ତରଜଣକ କିଭଳି ନିଜ କର୍ତ୍ତବ୍ୟ ସମ୍ପାଦନ କରୁଥିଲେ ଓ ଏଥିପାଇଁ ତାଙ୍କୁ କ’ଣ ସବୁ ଆହ୍ବାନର ସାମ୍ନା କରିବାକୁ ପଡ଼ିଥିଲା, ତାହା ଦେଖିବାକୁ ମିଳିଥିଲା ଓଡ଼ିଆ ଚଳଚ୍ଚିତ୍ର ଦମନ ମାଧ୍ୟମରେ। ସାଧାରଣ ଭାବରେ କହିବାକୁ ଗଲେ ଦୁର୍ଗମ ଅଞ୍ଚଳରେ ମ୍ୟାଲେରିଆର ନିରାକରଣ ବିଷୟବସ୍ତୁକୁ ନେଇ ମୂଳ କାହଣୀ ରଖାଯାଇଥିଲା Post navigation ନକ୍ସଲ ପ୍ରଭାବିତ ଅଞ୍ଚଳ ପାଇଁ ‘ଗ୍ରାମୋଦୟ’ କାର୍ଯ୍ୟକ୍ରମ ଶୁଭାରମ୍ଭ ଶ୍ରୀମନ୍ଦିର ନାଟ ମଣ୍ଡପରେ ହେବ ବ୍ୟାରିକେଡ୍