ଭୁବନେଶ୍ଵର: ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମିଳନୀ ଅବସରରେ ବିଶିଷ୍ଟ ଭାଷାବିତ୍ ତକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକ ଙ୍କୁ ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମାନ ରେ ସମ୍ମାନିତ କରାଯିବ ।

ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମିଳନୀ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବିଶିଷ୍ଟ ଭାଷାବିତ୍ ପଦ୍ମଶ୍ରୀ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକ ଙ୍କୁ ଓଡ଼ିଆ ଭାଷା ଉପରେ ତାଙ୍କର ଉଚ୍ଚକୋଟୀର ଗବେଷଣା ଦିଗରେ ତାଙ୍କର ଜୀବନ ବ୍ୟାପୀ ସାଧନା ର ସ୍ୱୀକୃତି ସ୍ଵରୂପ ତାଙ୍କୁ ବିଶ୍ଵ ଓଡିଆ ସମ୍ମାନ ରେ ସମ୍ମାନିତ କରିବେ ।

ପୁରସ୍କାର ବାବଦ ରେ ତାଙ୍କୁ କୋଡ଼ିଏ ଲକ୍ଷ ଟଙ୍କା ଓ ମାନପତ୍ର ପ୍ରଦାନ କରାଯିବ ।ଡକ୍ଟର ପଟ୍ଟନାୟକ ଙ୍କ ଗବେଷଣା ଓଡ଼ିଆ ଭାଷାକୁ ବହୁ ଭାବରେ ସମୃଦ୍ଧ କରିଛି ।

ଭାରତ ର ଜଣେ ବିଶିଷ୍ଟ ବିଦ୍ୱାନ ଓ ଭାଷାବିତ୍ ଭାବରେ ଡକ୍ଟର ପଟ୍ଟନାୟକ ବେଶ୍ ସୁପରିଚିତ । ଭାରତୀୟ ଭାଷା ପ୍ରତିଷ୍ଠାନ ର ପ୍ରତିଷ୍ଠାତା ନିର୍ଦ୍ଦେଶକ ଭାବରେ ଡକ୍ଟର ପଟ୍ଟନାୟକ ଅନେକ ସୁନାମ ଅର୍ଜନ କରିଛନ୍ତି ।

ଭାରତୀୟ ଭାଷା ସମୂହର ବିକାଶ ଦିଗରେ ତାଙ୍କର ସମର୍ପିତ ଉଦ୍ୟମ ପାଇଁ ଡକ୍ଟର ପଟ୍ଟନାୟକ ପଦ୍ମଶ୍ରୀ ସମ୍ମାନ ରେ ସମ୍ମାନିତ ହୋଇଛନ୍ତି ।

ଓଡ଼ିଆ ଭାଷା କୁ ଶାସ୍ତ୍ରୀୟ ମାନ୍ୟତା ପ୍ରଦାନ ଦିଗରେ ଡକ୍ଟର ପଟ୍ଟନାୟକ ଙ୍କ ବହୁମୂଲ୍ୟ ଅବଦାନ ସର୍ବଜନବିଦିତ ।

ଭାରତୀୟ ଭାଷା ପରିଷଦ ର ସଭାପତି ତଥା ହାଇଦ୍ରାବାଦ ବିଶ୍ୱବିଦ୍ୟାଳୟ ର ଭାଷା ବିଭାଗର ପୂର୍ବତନ ପ୍ରଫେସର ଜି ଉମା ମହେଶ୍ଵର ରାଓ ଓଡ଼ିଆ ବିଶ୍ୱବିଦ୍ୟାଳୟ ର କୁଳପତି ପ୍ରଫେସର ସବିତା ପ୍ରଧାନ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟ ର କୁଳପତି ପ୍ରଫେସର ପି କେ ସ୍ଵାଇଁ ଏବଂ କେନ୍ଦ୍ର ଶିକ୍ଷା ବିଭାଗର ଶାସ୍ତ୍ରୀୟ ଓଡ଼ିଆ ଅଧ୍ୟୟନ ଉତ୍କର୍ଷ କେନ୍ଦ୍ର ର ପ୍ରକଳ୍ପ ନିର୍ଦ୍ଦେଶକ ପ୍ରଫେସର ବସନ୍ତ କୁମାର ପଣ୍ଡା ଙ୍କୁ ନେଇ ଓଡିଶା ସରକାରଙ୍କ ଦ୍ୱାରା ଗଠିତ କମିଟି ସର୍ବସମ୍ମତି କ୍ରମେ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକ ଙ୍କ ନାମ କୁ ଏହି ସମ୍ମାନଜନକ ପୁରସ୍କାର ପାଇଁ ସୁପାରିଶ କରିଥିଲେ ।

By Nirvay

Leave a Reply

Your email address will not be published. Required fields are marked *