ରାଜ୍ୟରେ ମେଟ୍ରୋ ଗଡିବା ନେଇ ପ୍ରସ୍ତୁତି ଆରମ୍ଭ ହୋଇଥିବା ବେଳେ, ରାଜ୍ୟ ସରକାର ଗୁରୁବାର ଦିନ ଭୁବନେଶ୍ୱର-କଟକ ମଧ୍ୟରେ ମେଟ୍ରୋ ଟ୍ରେନ୍ ଚଳାଚଳ ନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି । ଏହି ମେଟ୍ରୋ ଟ୍ରେନ୍ ଭୁବନେଶ୍ୱର ବିମାନବନ୍ଦରରୁ ତ୍ରିଶୁଳିଆ ପରିବର୍ତ୍ତେ କଟକ ବସଷ୍ଟାଣ୍ଡ ଓ କଟକ ବଡ଼ମେଡିକାଲ ପର୍ଯ୍ୟନ୍ତ ସମ୍ପ୍ରସାରଣ ହେବ । ମେଟ୍ରୋ ପାଇଁ କମିଟି ଗଠନ କରାଯାଇଛି । ବିଭିନ୍ନ ସହର ବୁଲି ଅନୁଧ୍ୟାନ କରୁଛି କମିଟି, ନୂଆ DPR ପ୍ରସ୍ତୁତ କରାଯାଉଛି । କେବଳ ରାଜ୍ୟ ପାଣ୍ଠିରୁ ନୁହେଁ, କେନ୍ଦ୍ର ସହଯୋଗରେ ମେଟ୍ରୋ ଟ୍ରେନ୍ ହେବ ବୋଲି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି । Post navigation ପର୍ଯ୍ୟଟକଙ୍କ ପାଇଁ ବନ୍ଦ ହେଲା ଭିତରକନିକା ସହରାଞ୍ଚଳର ଆର୍ଥିକ ଅନଗ୍ରସରଙ୍କ ପାଇଁ ଆରମ୍ଭ ହେଲା ‘ସହଯୋଗ’