ଜଷ୍ଟିସ୍ ବିଦ୍ୟୁତ୍ ରଞ୍ଜନ ଷଡ଼ଙ୍ଗୀ ହେଲେ ଝାଡ଼ଖଣ୍ଡ ହାଇକୋର୍ଟ ମୁଖ୍ୟ ବିଚାରପତି । ଏବେ ଓଡ଼ିଶା ହାଇକୋର୍ଟର ବିଚାରପତି ଅଛନ୍ତି ଡକ୍ଟର ଜଷ୍ଟିସ୍ ଷଡ଼ଙ୍ଗୀ ।

ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ ଘର ନୟାଗଡ଼ ଓଡ଼ଗାଁରେ ହୋଇଥିବା ବେଳେ ଭୁବନେଶ୍ବର ବିଜେବିରୁ ବାଣିଜ୍ୟରେ ଅନର୍ସ ରଖି ସ୍ନାତକ କରିଥିଲେ । ବାଣିବିହାର ଉତ୍କଳ ୟୁନିଭର୍ସିଟି ଅଧିନ କଟକର ମଧୁସୂଦନ ଲ କଲେଜରୁ ଏଲଏଲବି ଓ ଏଲଏଲଏମ ପାସ୍ କରିବା ପରେ ସମ୍ବଲପୁର ୟୁନିଭର୍ସିଟିରୁ ଲରେ ପିଏଚଡ଼ି କରିଥିଲେ ।ଏହାପରେ ୧୯୮୫ ଡିସେମ୍ବରରେ ବାରରେ ଯୋଗଦେଇ ଓଡ଼ିଶା ହାଇକୋର୍ଟ ଓ ସୁପ୍ରିମକୋର୍ଟରେ ନିୟମିତ ଓକିଲାତି ଅଭ୍ୟାସ କରିଥିଲେ । ଏହାପରେ ସେ ଓଡ଼ିଶା ହାଇକୋର୍ଟର ବରିଷ୍ଠ ବିଚାରପତି ରହିଥିଲେ ଏବଂ ଏବେ ଝାଡ଼ଖଣ୍ଡ ହାଇକୋର୍ଟ ମୁଖ୍ୟ ବିଚାରପତି ହେବାକୁ ଯାଇଛନ୍ତି ଜଷ୍ଟିସ୍ ବିଦ୍ୟୁତ୍ ରଞ୍ଜନ ଷଡ଼ଙ୍ଗୀ ।

Leave a Reply

Your email address will not be published. Required fields are marked *