ORHDC ଦୁର୍ନୀତି ମାମଲାରେ ମହମ୍ମଦ ମୋକିମଙ୍କୁ ଲାଗିଲା ହାଇକୋର୍ଟଙ୍କ ଝଟ୍କା । (ORHDC) ଦୁର୍ନୀତି ମାମଲାରେ ମୋକିମଙ୍କୁ ୩ ବର୍ଷ ଦଣ୍ଡାଦେଶ ଶୁଣାଇଥିଲେ ଭୁବନେଶ୍ୱର ଭିଜିଲାନ୍ସ କୋର୍ଟ। ଏହି ମାମଲାରେ ମୋକିମ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିବା ବେଳେ ତାଙ୍କ ଆବେଦନକୁ ଖାରଜ କରି ନିମ୍ନ ଅଦାଲତଙ୍କ ରାୟକୁ କାଏମ୍ ରଖିଛନ୍ତି ହାଇକୋର୍ଟ । ମୋକିମ୍ଙ୍କ ସହିତ ପୂର୍ବତନ ଆଇଏଏସ୍ ଅଫିସର ବିନୋଦ କୁମାର, କମ୍ପାନୀ ସେକ୍ରେଟାରୀ ସ୍ୱସ୍ତିରଂଜନ ମହାନ୍ତି ଓ ମେଟ୍ରୋ ବିଲଡର୍ସର ନିର୍ଦ୍ଦେଶକ ପୀୟୂଷ ମହାନ୍ତିଙ୍କୁ ମଧ୍ୟ ୩ ବର୍ଷ ଜେଲ୍ ଲେଖାଏଁ ଦଣ୍ଡାଦେଶ ଶୁଣାଇଥିଲେ କୋର୍ଟ। ସେମାନଙ୍କୁ ଜେଲ୍ ଦଣ୍ଡ ସହ ସମସ୍ତଙ୍କ ଉପରେ ୫୦ ହଜାର ଟଙ୍କା ଲେଖାଏଁ ଜରିମାନା ଲଗାଇଥିଲେ କୋର୍ଟ। ଜରିମାନା ଅନାଦେୟ ହେଲେ ସେମାନେ ଅଧିକ ୬ ମାସ ଜେଲ୍ରେ ରହିବେ ବୋଲି କୋର୍ଟ ତାଙ୍କ ରାୟରେ କହିଥିଲେ। ଏହି ମାମଲାରେ ତଳ କୋର୍ଟ ରାୟ ବିରୋଧରେ ହାଇକୋର୍ଟ ଯିବା ନିମନ୍ତ ମୋକିମ କହିଥିବା ବେଳେ ଆଜି ତାଙ୍କୁ ଶକ୍ତ ଝଟକା ଲାଗିଛି। Post navigation ଖୁବ୍ ଶୀଘ୍ର ଆସିବ ବିଜେପିର ବାକି ଥିବା ପ୍ରାର୍ଥୀ ତାଲିକା ଅପରାଜିତାଙ୍କ ଅଫିସରେ ବାଇଆଁଙ୍କ ସମର୍ଥକ