ରାଜ୍ୟସ୍ତରରେ କୃତୀ କୀଡ଼ାବିତ୍ଙ୍କୁ ପ୍ରୋତ୍ସାହନ ଭାବେ ପ୍ରଦାନ କରାଯାଉଥିବା ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାରର ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାଁ ପରିବର୍ତ୍ତନ ହେବନି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ପୂର୍ବ ପରି ବିଜୁ ପଟ୍ଟନାୟକଙ୍କ ନାମରେ କ୍ରୀଡ଼ା ପୁରସ୍କାର ଦିଆଯିବ।
ଏହି କ୍ରୀଡ଼ା ପୁରସ୍କାରର ନାମ ପରିବର୍ତ୍ତନ କରାଯାଇ ରାଜ୍ୟ କ୍ରୀଡ଼ା ପୁରସ୍କାର କରାଯିବ ବୋଲି ଚର୍ଚ୍ଚା ହେଉଥିଲା। ତେବେ ମୁଖ୍ୟମନ୍ତ୍ରୀ କହିଛନ୍ତି ଏଭଳି ଆଲୋଚନା ସମ୍ପୂର୍ଣ୍ଣ ଭିତ୍ତିହୀନ। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ କୌଣସି ଯୋଜନା ନାହିଁ। ବିଜେପି ସରକାର ରାଜ୍ୟର ବରପୁତ୍ରମାନଙ୍କୁ ସମ୍ମାନ ଦେଇଥାନ୍ତି ବୋଲି କହିଥିଲେ।