ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ଅସୁସ୍ଥ । ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଜେଲ୍‌ରେ ଅଛନ୍ତି ବିକ୍ରମ । ଅସୁସ୍ଥ ହେବା ପରେ ଚିକିତ୍ସା ପାଇଁ MKCG ମେଡିକାଲ୍‌ ନିଆଯାଇଛି। କଡ଼ା ସୁରକ୍ଷା ବଳୟରେ ବିକ୍ରମ ପଣ୍ଡାଙ୍କୁ ଜେଲ୍‌ରୁ ମେଡିକାଲ୍‌ ନିଆଯାଇଛି । ଛାତିରେ ଯନ୍ତ୍ରଣା ହେବାରୁ ଏମକେସିଜିରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି। ପ୍ରଥମେ ମେଡିସିନ ଓ ପରେ ସର୍ଜରୀ ବିଭାଗକୁ ସ୍ଥାନାନ୍ତର କରାଯାଇଛି ।

ସୂଚନା ଯୋଗ୍ୟ; ପୀତବାସଙ୍କୁ ଗତ ଅକ୍ଟୋବର ୬ ତାରିଖ ରାତିରେ ବୈକୁଣ୍ଠନଗର ଛକଠାରେ ଅତି ନିକଟରୁ ଗୁଳି କରି ହତ୍ୟା କରାଯାଇଥିଲା । ଏହି ମାମଲାରେ ପୋଲିସ ପୂର୍ବତନ ବିଧାୟକ ବିକ୍ରମ, ପୂର୍ବତନ ମେୟର ପିଣ୍ଟୁ, ବିଜେଡି ନେତା ମଦନ, ବିଜେଡି କର୍ପୋରେଟର ମଳୟ ବିଷୋୟୀ, ଶୂନ୍ୟଚନ୍ଦ୍ର ଦାଶ, ସୁନୀଲ ହୋତା, ଉମା ବିଷୋୟୀ, କୁରୁପତି ଭୂୟାଁ, ଚିଣ୍ଟୁ ପ୍ରଧାନ, ବିପିନ ସ୍ବାଇଁ, ସୀମାଞ୍ଚଳ ନାୟକ, କୁନ୍ଦ କୁମାର, ଶିଶୁପାଳ କୁମାର ପାଶ୍ବାନ, ଯୋଗୀ ରାଉତ, ରାଜେନ୍ଦ୍ର ସାହୁ, କାଳୁଚରଣ ଭୂୟାଁଙ୍କୁ ମିଶାଇ ମୋଟ ୧୬ ଜଣଙ୍କୁ ଗିରଫ କରିଥିଲା ।

Leave a Reply

Your email address will not be published. Required fields are marked *