ଭୁବନେଶ୍ବର: ଆଜି ବିଜେଡିରେ ମିଶିଲେ ବିପ୍ଳବ ଜେନା । ଅନୁଗୁଳ ଜିଲ୍ଲା କଂଗ୍ରେସ ସଭାପତି ଭାବେ ସେ କିଛି ଦିନ ତଳେ ଇସ୍ତଫା ଦେବା ସହ ଦଳ ଛାଡ଼ିଥିଲେ । ତାଙ୍କ ପିତା ସ୍ବର୍ଗତ ରମେଶ ଜେନା ଅନୁଗୁଳରୁ ଥରେ ବିଧାୟକ ଥିଲେ । ମିଶ୍ରଣ ପୂର୍ବରୁ ପାରମ୍ପରିକ ନୃତ୍ୟ ବାଦ୍ୟରେ ପ୍ରକମ୍ପିତ ହୋଇଥିଲା ଶଙ୍ଖ ଭବନ । ବିପ୍ଳବ ଓ ୧୫ଶହ କଂଗ୍ରେସ ନେତା ବିଜେଡିରେ ସାମିଲ ହୋଇଛନ୍ତି ।

ବିଜେଡିରେ ମିଶ୍ରଣ ସହ କଂଗ୍ରେସ ଶିବିର ନିୟମିତ ଝଟକା ପାଉଛି । କଂଗ୍ରେସ ଛାଡ଼ିଥିବା ପୂର୍ବତନ ରାଜନଗର ବିଧାୟକ ତଥା ପୂର୍ବତନ କେନ୍ଦ୍ରାପଡ଼ା କଂଗ୍ରେସ ଜିଲ୍ଲା ସଭାପତି ଅଂଶୁମାନ ମହାନ୍ତି ଦୁଇ ଦିନ ତଳେ ବିଜେଡିରେ ଯୋଗ ଦେଇଥିଲେ । ସମସ୍ତଙ୍କୁ ଦଳକୁ ସ୍ୱାଗତ କରିଛନ୍ତି ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ । ସେ କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଯେ ନିରବଛିନ୍ନ ଭାବେ ଓଡ଼ିଶାକୁ ଗଢି ତୋଳିବାର ପ୍ରୟାସ, ମହିଳା ସଶକ୍ତିକରଣ, ଖାଦ୍ୟ ନିରାପତ୍ତା, ଛାତ୍ର, ଚାଷୀଙ୍କୁ ବିକାଶ ପରି ସବୁ କ୍ଷେତ୍ରରେ ଭାରତବର୍ଷ ପାଇଁ ଦିଗଦର୍ଶନ ପାଲଟିଛନ୍ତି । ତେଣୁ ୨୪ ବର୍ଷରୁ ନିଜ କାର୍ଯ୍ୟକ୍ରମ ପାଇଁ ସେ ଏକ ନମ୍ବର ହୋଇ ରହିଛନ୍ତି ।

ବିପ୍ଳବ ଜଣେ ଶ୍ରମିକ ନେତା । ବିଜେଡିରେ ମିଶିଲେ ଦଳ ଆହୁରି ଶକ୍ତିଶାଳୀ ହେବ ବୋଲି ମୁଖ୍ୟମନ୍ତ୍ରୀଙ୍କୁ ପ୍ରଣବ ଜଣାଇଥିଲେ । ବିପ୍ଳବ ମଧ୍ୟ ନିଜ ଆଡୁ ମିଶିବାକୁ କହିଥିଲେ । ଯାହାକୁ ମୁଖ୍ୟମନ୍ତ୍ରୀ ଗ୍ରହଣ କରିଛନ୍ତି । ଏକ ସମନ୍ୱୟ କମିଟି କରି ବିପ୍ଳବଙ୍କ ସହ ମିଶି କାମ କରିବାକୁ ଅନୁଗୁଳ ବିଧାୟକଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *