ଆସନ୍ତା ଜାନୁଆରୀ ୬ ତାରିଖରୁ ହେବ ପକ୍ଷୀ ଗଣନା । ରାଜ୍ୟରେ ବର୍ତ୍ତମାନ ବିଦେଶୀ ପକ୍ଷୀଙ୍କ ଆଗମନ ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଆସନ୍ତା ଜାନୁଆରୀ ୬ ତାରିଖରୁ ରାଜ୍ୟରେ ପକ୍ଷୀ ଗଣନା ଆରମ୍ଭ ହେବ। ଏ ନେଇ ପ୍ରତିକ୍ରିୟା ରଖିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ । ମନ୍ତ୍ରୀ କହିଛନ୍ତି, ଚିଲିକା, ନଳବଣ, ମଙ୍ଗଳାଯୋଡ଼ି, ହୀରାକୁଦ, ନନ୍ଦନକାନନ ପରି ସ୍ଥାନରେ ବିଦେଶୀ ପକ୍ଷୀଙ୍କ ଆଗମନକୁ ନେଇ ଗଣତି କରିବ ଜଙ୍ଗଲ ଓ ପରିବେଶ ବିଭାଗ । ପର୍ଯ୍ୟଟନ ବିଭାଗର ବି ସହଯୋଗ ନିଆଯିବ । ପକ୍ଷୀମାନଙ୍କ ସଂରକ୍ଷଣ ଏବଂ ପର୍ଯ୍ୟଟନର ବିକାଶ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯାଉଛି। ବିଭିନ୍ନ ସ୍ଥାନରେ ଆଧୁନିକ ୱାଚ୍ ଟାୱାର ଏବଂ ଏନକ୍ଲୋଜର ନିର୍ମାଣ କରାଯିବ। ଏହାଦ୍ୱାରା ପର୍ଯ୍ୟଟକମାନେ ସୁବିଧାରେ ପକ୍ଷୀ ଦେଖିପାରିବେ ବୋଲି ମନ୍ତ୍ରୀ କହିଛନ୍ତି। ଚଳିତ ବର୍ଷ ପକ୍ଷୀ ଗଣନା କାର୍ଯ୍ୟରେ ଜଙ୍ଗଲ ଓ ପରିବେଶ ବିଭାଗ ସହ ପର୍ଯ୍ୟଟନ ବିଭାଗ ମଧ୍ୟ ସହଯୋଗ କରିବ। ପକ୍ଷୀମାନଙ୍କ ପାଇଁ ଅନୁକୂଳ ପରିବେଶ ସୃଷ୍ଟି କରିବା ଏବଂ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ଲକ୍ଷ୍ୟରେ ଉଭୟ ବିଭାଗ ମିଳିତ ଭାବେ କାର୍ଯ୍ୟ କରିବେ। ରାଜ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ହ୍ରାସ ପାଇଥିବାରୁ ଜଳବାୟୁ ପରିବର୍ତ୍ତନ ପକ୍ଷୀମାନଙ୍କ ପାଇଁ ବେଶ୍ ଅନୁକୂଳ ହୋଇଛି ବୋଲି ମନ୍ତ୍ରୀ କହିଛନ୍ତି। ରାଜ୍ୟକୁ ପକ୍ଷୀ କମ୍ ଆସିବା ପ୍ରସଙ୍ଗରେ ମନ୍ତ୍ରୀ କହିଛନ୍ତି, ଜଳବାୟୁ ପରିବର୍ତ୍ତନ ହୋଇ ୨ରୁ ୩ଡିଗ୍ରୀ ହୋଇଛି । ପକ୍ଷୀଙ୍କ ସୁରକ୍ଷା ପାଇଁ ପକ୍ଷୀ ସଂରକ୍ଷଣ, ଆଧୁନିକ ୱାଚ୍ ଟାୱାର, ଏନକ୍ଲୋଜର ନିର୍ମାଣ ହେବ, ପକ୍ଷୀ ମାନଙ୍କ ପାଇଁ ଆଧୁନିକ ପରିବେଶ ତିଆରି କରିବା ଏବଂ ଲୋକଙ୍କୁ ଜାଗୃତ କରାଯିବ । ସେହିପରି ଶିକାରୀ ମାନଙ୍କ ଗତିବିଧି ରୋକାଯିବା ନେଇ ମନ୍ତ୍ରୀ ସୂଚନା ଦେଇଛନ୍ତି । Post navigation Minor Girl Raped In Baripada: ବାରିପଦାରେ ଲଜ୍ଜା; ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ ଅଭିଯୋଗ