ବିଗିଡ଼ିଲା ପୂର୍ବତନ ରାଜ୍ୟପାଳ ତଥା ବରିଷ୍ଠ ବିଜେପି ନେତା ବିଶ୍ଵଭୂଷଣ ହରିଚନ୍ଦନଙ୍କ ସ୍ୱାସ୍ଥ୍ୟ ଅବସ୍ଥା । ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥାରେ ସୁଧାର ନ ଆସିବାରୁ ତାଙ୍କୁ ଅଧିକ ଚିକିତ୍ସା ପାଇଁ ହାଇଦ୍ରାବାଦ ସ୍ଥାନାନ୍ତର କରାଯାଇଛି । ଭୁବନେଶ୍ୱରରୁ ହାଇଦ୍ରାବାଦକୁ ଏୟାରଲିପ୍ଟ କରାଯାଇଛି ।

ସୂଚନା ଯୋଗ୍ୟ; ବିଶ୍ୱଭୂଷଣ ହରିଚନ୍ଦର ଓଡ଼ିଶାର ବିଜେପିର ଜଣେ ପୁରୁଖା ଏବଂ ବରିଷ୍ଠ ନେତା ।  ବାର୍ଦ୍ଧକ୍ଯ ଜନିତ ଅସୁସ୍ଥତା କାରଣରୁ ବିଶ୍ବଭୂଷଣଙ୍କ ବିଭିନ୍ନ ସ୍ୱାସ୍ଥ୍ୟ ଗତ ସମସ୍ୟା ଦେଖାଦେଇଛି । ଆଜି ସକାଳୁ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଖରାପ ହେବାରୁ ତାଙ୍କୁ ପରିବାର ପକ୍ଷରୁ ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଇଥିଲା। ଅଧିକ ସ୍ୱାସ୍ଥ୍ୟ ଅବସ୍ଥା ବିଗିଡ଼ିବାରୁ ଅଧିକ ଚିକିତ୍ସା ପାଇଁ ତାଙ୍କୁ ହାଇଦ୍ରାବାଦ ପଠାଯାଇଥିବା ଜଣାପଡିଛି ।

Leave a Reply

Your email address will not be published. Required fields are marked *