ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ଆଉ ୮ଟି ପ୍ରାର୍ଥୀ ଘୋଷଣା କଲା ବିଜେପି । ସାଲେପୁରରୁ ଅରିନ୍ଦମ ରାୟ ଓ ଖୋର୍ଦ୍ଧାରୁ ପ୍ରଶାନ୍ତ ଜଗଦ୍ଦେବଙ୍କୁ ପ୍ରାର୍ଥୀ କରିଛି ଦଳ ।

ତେଲକୋଇରୁ ଫକୀର ମୋହନ ନାଏକ, ଚମ୍ପୁଆରୁ ମୁରଲୀ ଶର୍ମା, ବସ୍ତାରୁ ରବୀନ୍ଦ୍ର ଅଣ୍ଡିଆ, ବାସୁଦେବପୁରରୁ ବାଣୀକଲ୍ୟାଣ ମହାନ୍ତି, ହିନ୍ଦୋଳରୁ ସୀମାରାଣୀ ନାଏକ, ଏବଂ କେନ୍ଦ୍ରାପଡ଼ାରୁ ଗୀତାଞ୍ଜଳି ସେଠୀ ମଧ୍ୟ ପ୍ରାର୍ଥୀ ହୋଇଛନ୍ତି । ଏହାକୁ ମିଶାଇ ବିଜେପି ଏଯାବତ ୧୪୦ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରି ସାରିଛି ।

ଆଜି ଶାସକ ବିଜେଡି ମଧ୍ୟ ଆଉ ୩ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି । ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁ, ବେଗୁନିଆରୁ ପ୍ରଦୀପ ସାହୁ ଓ ଭୋଗରାଇରୁ ଗୌତମବୁଦ୍ଧ ଦାସଙ୍କୁ ପ୍ରାର୍ଥୀ କରିଛି ଦଳ । ଏହାକୁ ମିଶାଇ ବିଜେଡି ଏଯାବତ ୧୪୪ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରି ସାରିଛି । ଆଉ ୩ଟି ବିଧାନସଭା ଆସନ – ଖଣ୍ଡପଡ଼ା, ନୀଳଗିରି ଏବଂ କୋରେଇ ପାଇଁ ବିଜେଡିର ପ୍ରାର୍ଥୀ ଘୋଷଣା ବାକି ରହିଛି ।

By Nirvay

Leave a Reply

Your email address will not be published. Required fields are marked *