ଭୁବନେଶ୍ୱର: ଆଜି ବିଜେଡି ପକ୍ଷରୁ ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରାଯାଇଛି। ବିଜେଡି ସଭାପତି ବାରବାଟୀ-କଟକର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ଓ ପୁରୀର ଯୁବ ନେତା ଶୁଭାଶିଷ ଖୁଣ୍ଟିଆଙ୍କୁ ରାଜ୍ୟସଭା ପ୍ରାର୍ଥୀ ଭାବେ ଘୋଷଣା କରିଛନ୍ତି। ବିଜେଡି ପକ୍ଷରୁ ଜାରି କରାଯାଇଥିବା ପ୍ରେସ ବିଜ୍ଞପ୍ତି ମୁତାବକ ଏହି ଦୁଇ ଜଣଙ୍କୁ ରାଜ୍ୟସଭା ପଠାଇବାକୁ ସୁପ୍ରିମୋ ଘୋଷଣା କରିଛନ୍ତି। ଉଲ୍ଲେଖ ଥାଉ କି ଓଡ଼ିଶାର ୩ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ, ପ୍ରଶାନ୍ତ ନନ୍ଦ ଓ ଅଶ୍ବିନୀ ବୈଷ୍ଣବଙ୍କ କାର୍ଯ୍ୟକାଳ ଆସନ୍ତା ଏପ୍ରିଲ୍ ୩ରେ ଶେଷ ହେଉଛି। ଏହି ତିନିଟି ଆସନ ପାଇଁ ଫେବ୍ରୁଆରି ୨୭ ତାରିଖରେ ନିର୍ବାଚନ ହେବ। ଆଉ ଆଜି ୨ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା ହୋଇଥିଲେ ବି ଆଉ ଜଣଙ୍କ ନାମ ଘୋଷଣା ହୋଇନାହିଁ।

କୁହାଯାଉଛି ଯେ ଆସନ୍ତାକାଲି ଆଉ ଜଣେ ପ୍ରାର୍ଥୀଙ୍କ ନାମ ଘୋଷଣା କରିଵ ବିଜେଡି ।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *