ବିଜେଡି-କଂଗ୍ରେସ ମେଣ୍ଟ ନେଇ ପ୍ରତିକ୍ରିୟା ଦେଇଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ । ସେ କହିଛନ୍ତି ହାଇକମାଣ୍ଡ ଚାହିଁଲେ ବିଜେଡି-କଂଗ୍ରେସ ମେଣ୍ଟ ହୋଇପାରେ । ଆସନ୍ତା ପଞ୍ଚାୟତ ଓ ପୌର ନିର୍ବାଚନରେ ହାଇକମାଣ୍ଡ ଚାହିଁଲେ ମେଣ୍ଟ ହେବ । ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ଏଭଳି ମନ୍ତବ୍ୟ ପରେ ପୁଣି ଥରେ ରାଜ୍ୟ ରାଜନୀତି ସରଗରମ ହୋଇଛି । ଭକ୍ତ ଦାସ କହିଛନ୍ତି ଯେ, ପଞ୍ଚାୟତ ନିର୍ବାଚନରେ ଏକାକି ଲଢିବାକୁ ଦଳ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛି । ଆଗାମୀ ଦିନରେ କଣ ହେବ,ତାହା ହାଇକମାଣ୍ଡ ହିଁ ନିଷ୍ପତ୍ତି ନେବେ । ତେବେ ମେଣ୍ଟ ପ୍ରସଙ୍ଗରେ ଉଭୟ ଦଳ ମଧ୍ୟରେ କୌଣସି ଆଲୋଚନା ହୋଇନାହିଁ । ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିର ରଖି କଂଗ୍ରେସ ନିଜର ସଂଗଠନ ସୁଦୃଢ କରୁଛି । ସେପଟେ ପିସିସି ସଭାପତିଙ୍କ ମେଣ୍ଟ ପ୍ରସଙ୍ଗକୁ ପରୋକ୍ଷରେ ସମର୍ଥନ କରିଛନ୍ତି ବିଜେଡ଼ି ନେତା ଦେବୀପ୍ରସାଦ ମିଶ୍ର । ସମ୍ଭାବନା ସବୁ କ୍ଷେତ୍ରରେ ରହିଛି। ପିସିସି ସଭାପତି ଯଦି କହିଛନ୍ତି ତାହାଲେ କିଛି ଅନୁଧ୍ୟାନ କରି କହିଥିବେ। ରାଜ୍ୟ ସ୍ୱାର୍ଥକୁ ଦୃଷ୍ଟିରେ ରଖି ସୁପ୍ରିମୋ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେବେ ବୋଲି କହିଛନ୍ତି ଦେବୀ । Post navigation BJD Announces New Leadership in Rajya Sabha: ବିଜେଡି ସଂସଦୀୟ ଦଳ ନେତା ହେଲେ ମାନସ ରଞ୍ଜନ ମଙ୍ଗରାଜ; ସୁଲତା ଦେଓ ହେଲା ଉପନେତା Congress Issues Whip: ସଂସଦୀୟ ଅଧିବେଶନ ପାଇଁ ହ୍ବିପ୍ ଜାରି କଲା କଂଗ୍ରେସ