BJD holds massive protest against Tata Power's additional security deposit demand
ଆଜି ଭୁବନେଶ୍ୱର, ପାୱାର ହାଉସ ଛକ ସ୍ଥିତ ଟାଟା ପାୱାର ଅଫିସ ସମ୍ମୁଖରେ ବିଜୁ ଯୁବ ଜନତା ଦଳର ସଭାପତି ଚିନ୍ମୟ ସାହୁ ଓ ଛାତ୍ର ଜନତା ଦଳର ସଭାନେତ୍ରୀ ଇପ୍ସିତା ସାହୁଙ୍କ ନେତୃତ୍ୱରେ ବିଶାଳ ବିକ୍ଷୋଭ ଅନୁଷ୍ଠିତ ହୋଇଯାଇଛି ।
 
ଟିପିସିଓଡିଏଲ୍ (ଟାଟା ପାୱାର) ପକ୍ଷରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ କରିବା ପାଇଁ ଯେଉଁ ନୋଟିସ୍ ଜାରି କରିଛନ୍ତି, ତାହା ଜନସାଧାରଣଙ୍କ ଉପରେ ଅତିରିକ୍ତ ଆର୍ଥିକ ବୋଝ ଲଦା ଯାଉଛି । ଏହାକୁ ତୁରନ୍ତ ପ୍ରତ୍ୟାହାର କରିବା ପାଇଁ ବିଜୁ ଯୁବ ଓ ଛାତ୍ର ଜନତା ଦଳ ପକ୍ଷରୁ ଦୃଢ ଦାବି ଉପସ୍ଥାପନ କରାଯିବା ସହିତ ରାଜରାସ୍ତାରେ ସ୍ମାର୍ଟ ମିଟର ଭାଙ୍ଗି ପ୍ରତିବାଦ କରିଥିଲେ ।
 
ରାଜ୍ୟର କୋଟିଏ ଉପଭୋକ୍ତାଙ୍କ ଠାରୁ ଜାତୀୟ ହାର ଠାରୁ ଅଧିକ ଆଦାୟ ହେଉଥିବା ବିଦ୍ୟୁତ ଶୁଳ୍କକୁ ତୁରନ୍ତ ସୁଧ ସହିତ ଉପଭୋକ୍ତାଙ୍କୁ ଫେରାଇବା ପାଇଁ ବିଜେଡି ଦାବି କରିଛି । ଆନ୍ଧ୍ରପ୍ରଦେଶ ବିଦ୍ୟୁତ ନିୟାମକ ଆୟୋଗ ଏହି ଅର୍ଥ ଫେରସ୍ତ ପାଇଁ ଯେଉଁ ପଦକ୍ଷେପ ନେଇଛନ୍ତି, ସେହିଭଳି ଓଡ଼ିଶା ରାଜ୍ୟ ବିଦ୍ୟୁତ ନିୟାମକ ଆୟୋଗ ପଦକ୍ଷେପ ନେବାକୁ ମଧ୍ୟ ବିଜେଡି ଜୋର ଦେଇଛି ।
 
ସରବରାହ ଜନିତ କ୍ଷତି ଯୋଗୁଁ ଓଡ଼ିଶାର ବିଦ୍ୟୁତ ଉପଭୋକ୍ତା ମାନଙ୍କୁ ଅତିରିକ୍ତ ଶୁଳ୍କ ବହନ କରିବାକୁ ପଡୁଛି । ଟାଟା କମ୍ପାନୀର ଅପାରଗତା, ଦୁର୍ନୀତି ଯୋଗୁଁ ରାଜ୍ୟରେ ସରବରାହ ଜନିତ କ୍ଷତି ଜାତୀୟ ହାର ଠାରୁ ମଧ୍ୟ ଅଧିକ ରହିଛି । ବହୁ ଉପଭକ୍ତାଙ୍କ ମିଟର ସଠିକ୍ ଚାଲୁଥିଲେ ସୁଦ୍ଧା, ଏହାକୁ ଟାଟା ପାୱାର ପକ୍ଷରୁ ଜବରଦସ୍ତ ବଦଳାଯାଇ ସ୍ମାର୍ଟ ମିଟର ଲଗାଯାଇଛି, ଯାହା ଠିକ୍ ନୁହେଁ । ସ୍ମାର୍ଟ ମିଟର ଯୋଗୁଁ ଉପଭୋକ୍ତା ମାନଙ୍କୁ ଅଧିକ ବିଦ୍ୟୁତ ବିଲ୍ ଦେବାକୁ ପଡୁଛି । ତେଣୁ ଜନସାଧାରଣଙ୍କ ସ୍ୱାର୍ଥ ପାଇଁ ଆଗାମୀ ଦିନରେ ଏହି ଆର୍ଥିକ ଶୋଷଣ ବନ୍ଦ ନହେଲେ ବିଜେଡି ଟାଟା ପାୱାର ବିରୋଧରେ ଦୁର୍ବାର ଆନ୍ଦୋଳନ କରିବ ବୋଲି ନେତୃମଣ୍ଡଳୀ ଚେତାବନୀ ଦେଇଛନ୍ତି ।

By Nirvay

Leave a Reply

Your email address will not be published. Required fields are marked *