ସମ୍ବଲପୁର : ସମ୍ବଲପୁର ଜିଲ୍ଲା ବିଜେଡି ଉପଦେଷ୍ଟା ପ୍ରମୋଦ ରଥଙ୍କୁ ଦଳରୁ ବହିଷ୍କୃତ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ବହିଷ୍କୃତ ହୋଇଥିବା ସୂଚନା ମିଳିଛି । ଏନେଇ ସୂଚନା ଦେଇଛନ୍ତି ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ । ଗତକାଲି ସମ୍ବଲପୁର ଠାରୁ ଦଳର ଗୁରୁତ୍ବପୂର୍ଣ୍ଣ ବୈଠକ ବସିଥିଲା । ଏଥରେ ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ ଅଧ୍ୟକ୍ଷତା କରିଥିଲେ ।

ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ସମ୍ବଲପୁର ସଂସଦୀୟ କ୍ଷେତ୍ରର ବିଜେଡି ପର୍ଯ୍ୟବେକ୍ଷକ ସାଂସଦ ମାନସ ରଞ୍ଜନ ମଙ୍ଗରାଜ ପ୍ରମୁଖ ବୈଠକରେ ଯୋଗ ଦେଇଥିଲେ । ବୈଠକରେ ଜିଲ୍ଲାର ସାଂଗଠନିକ କାର୍ଯ୍ୟ ସମ୍ପର୍କରେ ଆଲୋଚନା ହୋଇଥିଲା । ଆଜି ବିଜେଡି ଜିଲ୍ଲା ଉପଦେଷ୍ଟା ପ୍ରମୋଦ ରଥଙ୍କ ଦଳ ବିରୋଧୀ କାର୍ଯ୍ୟ ସମ୍ପର୍କରେ ପ୍ରମାଣ ମିଳିବା ପରେ ତାଙ୍କୁ ଦଳରୁ ବହିଷ୍କୃତ କରାଯାଇଛି ।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *