ବିଜେଡିର ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ । ବିଳମ୍ବିତ ରାତିରେ ଦୁର୍ଘଟଣାର ଶିକାର ହୋଇଛନ୍ତି ବିଜୁ ଜନତା ଦଳର ଏହି ହେଭିୱେଟ୍ ନେତା । ସମ୍ବଲପୁରରେ ଏକ ଘରୋଇ ମେଡିକାଲରେ ତାଙ୍କର ଚିକିତ୍ସା ଜାରି ରହିଛି । ଗୁରୁବାର ନବୀନ ନିବାସରେ ଗୁରୁତ୍ୱପୂର୍ଣ୍ଣ ବୈଠକ ସାରି ବରଗଡ଼ ଫେରୁଥିବା ବେଳେ ରେଢ଼ାଖୋଲର ବେଲଗଡ଼ ଠାରେ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା ପ୍ରସନ୍ନଙ୍କ ଗାଡ଼ି ।ଦୁର୍ଘଟଣାରେ ପ୍ରସନ୍ନଙ୍କ ଗାଡ଼ିର ସମ୍ମୁଖ ଭାଗ ସମ୍ପୂର୍ଣ୍ଣ ଚୁରମାର ହୋଇଯାଇଛି । ଗୁରୁତର ଅବସ୍ଥାରେ ତାଙ୍କୁ ରେଢ଼ାଖୋଲରେ ପ୍ରାଥମିକ ଚିକିତ୍ସା କରାଯାଇଥିଲା ।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *