ନାବାଳିକାଙ୍କୁ ଯୌନ ନିର୍ଯାତନା ଅଭିଯୋଗରେ ବିଜେଡି କର୍ପୋରେଟର ଅମରେଶ ଜେନା ଓରଫ ବାୟାଁ ଗିରଫ । ବାଲେଶ୍ୱରରୁ ଗିରଫ କଲା କମିଶନରେଟ୍ ପୋଲିସ । ଗିରଫ ପରେ ବିଏମସି କର୍ପୋରେଟର ଅମରେଶ ଜେନା ବିଜେଡିରୁ ନିଳମ୍ବିତ ହୋଇଛନ୍ତି। ଜଣେ ନାବାଳିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଦୁଷ୍କର୍ମ ଓ ଗର୍ଭନଷ୍ଟ କରିବା ସହ ହତ୍ୟା ଧମକ ଦେବା ନେଇ ଲକ୍ଷ୍ମୀସାଗର ଥାନାରେ ଅଭିଯୋଗ ପରେ ଗିରଫ ହୋଇଛନ୍ତି ବାୟାଁ। ପୂର୍ବରୁ ଗତକାଲି ତାଙ୍କ ୬ ସହଯୋଗୀଙ୍କୁ ପୋଲିସ୍ ଗିରଫ କରିଥିବା ବେଳେ ଅମରେଶ ଫେରାର ଥିଲେ । କର୍ପୋରେଟରଙ୍କ ବିରୁଦ୍ଧରେ ପ୍ରେମ, ପ୍ରତାରଣା, ଦୁଷ୍କର୍ମ ଓ ଭୃଣ ହତ୍ୟା ଭଳି ସଙ୍ଗୀନ ଅଭିଯୋଗ ଆଣିଛନ୍ତି ଯୁବତୀ । ଏହା ପରେ କମିଶନରେଟ ପୁଲିସ ୫ଜଣ ସହଯୋଗୀଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିବାବେଳେ ମୁଖ୍ୟ ଅଭିଯୁକ୍ତ କର୍ପୋରେଟର ଅମରେଶ ଜେନା ଫେରାର ଥିଲେ। ତାଙ୍କୁ ଧରିବା ପାଇଁ ଭୁବନେଶ୍ୱରସ୍ଥିତ ଲକ୍ଷ୍ମୀସାଗର ଥାନା ପୋଲିସ ଏନେଇ ଏକ ସ୍ୱତନ୍ତ୍ର ଟିମ୍ ଗଠନ କରିଥିଲା । ଆଜି ୧୧ଟା ସମୟରେ ନୀଳଗିରି ବ୍ଲକ ବରହମପୁର ଥାନା ଅଧୀନ କଳାକାଦ ଗାଁରୁ ସମ୍ପୃକ୍ତ କର୍ପୋରେଟରଙ୍କୁ ଗିରଫ କରାଯାଇଛି। ଅଭିଯୋଗ ଅନୁଯାୟୀ ଜଣେ ନାବାଳିକାଙ୍କ ସହ ବିଜେଡି କର୍ପୋରେଟର ଅମରେଶ ଜେନାଙ୍କ ପ୍ରେମ ସମ୍ପର୍କ ରହିଥିଲା । ଗତ ୨୦୨୪ ମସିହା ଫେବ୍ରୁଆରି ମାସରେ ସେ ଦୁଇମାସର ଗର୍ଭବତୀ ଥିବା ଜଣାଇବା ପରେ ବାୟାଁ ଚତୁରତାର ସହ ତାଙ୍କ ଗର୍ଭ ନଷ୍ଟ କରିଥିଲେ । ସେ କହିଥିଲେ ଯେ ମୋର ପତ୍ନୀଙ୍କ ସହ ଠିକ୍ ଚାଲିନାହିଁ । ମୁଁ କିଛି ମାସ ମଧ୍ୟରେ ଛାଡ଼ପତ୍ର ଦେବି । ତେଣୁ ତୁମେ ଗର୍ଭ ନଷ୍ଟ କରିଦିଅ । ଛାଡ଼ପତ୍ର ପରେ ଆମେ ବିବାହ କରିବା । ଏହାପରେ ଯୁବତୀ ଗର୍ଭ ନଷ୍ଟ କରିଥିଲେ । ଗର୍ଭ ନଷ୍ଟ ପରେ ମଧ୍ୟ ଉଭୟ ପୂର୍ବ ଭଳି ବିଭିନ୍ନ ସ୍ଥାନକୁ ଯାଇ ସମ୍ପର୍କ ରଖିଥିଲେ । ତେବେ ଗତ ଏପ୍ରିଲ୍ ମାସରେ ବାୟାଁ ଯୁବତୀଙ୍କୁ ନିଜ କାର୍ରେ ନେଇ ହଠାତ୍ ତାଙ୍କଠାରୁ ମୋବାଇଲ୍ ଛଡ଼ାଇ ନେଇଥିଲେ । ଆଉ ଦୂରେଇ ରହିବାକୁ କହିଥିଲେ । ଉଭୟଙ୍କ ଭିତରେ ଥିବା ସମ୍ପର୍କ ଓ ଘଟଣା ବିଷୟରେ କାହାକୁ କହିଲେ ଜୀବନରୁ ମାରିଦେବେ ବୋଲି ଧମକ ଦେଇଥିଲେ । ଯାହାକୁ ନେଇ ଯୁବତୀ ଜଣଙ୍କ ବାୟାଁଙ୍କ ବିରୋଧରେ ଲକ୍ଷ୍ମୀସାଗର ଥାନାରେ ଅଭିଯୋଗ କରିଥିଲେ । Post navigation ହରିଦ୍ୱାରରେ ଦଳାଚକଟା: ୭ ମୃତ, ଅନେକ ଆହତ କଟକରେ ହେବ ଏଲିଭେଟେଡ୍ କରିଡର୍